Posted inଜାତୀୟ

ଟ୍ରେନ୍‌ ଟ୍ରାଜେଡି: ୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା

ନୂଆଦି,୧୭ା୬: ବାହାନଗା ଟ୍ରେନ୍‌ ଟ୍ରାଜେଡି ମଣିଷ ମନରୁ ଲିଭି ନ ଥିବା ବେଳେ ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୧୦ ଲକ୍ଷ, ଗୁରୁତରଙ୍କୁ ଅଢ଼େଇ ଲକ୍ଷ ଏବଂ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଆଜି ସକାଳେ ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri