ରେଳଯାତ୍ରୀଙ୍କୁ ଝଟ୍‌କା: ଜୁଲାଇ ୧୩ରୁ ବିହାର-ଝାଡ଼ଖଣ୍ଡ ମଧ୍ୟରେ ଚାଲିବନି ଏହି ଟ୍ରେନ୍‌

ନୂଆଦିଲ୍ଲୀ,୧୧।୭: ବିହାର ଓ ଝାଡ଼ଖଣ୍ଡ ମଧ୍ୟରେ ଚାଲୁଥିବା ୨ଟି ଟ୍ରେନ୍‌ ଜୁଲାଇ ୧୩ରୁ ଆଉ ଚଳାଚଳ କରିବ ନାହିଁ। ପାଟନା-ରାଞ୍ଚି-ପାଟନା ସ୍ପେଶାଲ ଜନଶତାବ୍ଦୀ ଏକ୍ସପ୍ରେସ୍‌ ଟ୍ରେନ୍‌ ଜୁଲାଇ ୧୩ରୁ କେବଳ ପାଟନା ଓ ଗୟା ମଧ୍ୟରେ ଚାଲିବ। ଗୟା ଓ ରାଞ୍ଚି ମଧ୍ୟରେ ଏହି ଚଳାଚଳକୁ ବାତିଲ କରାଯାଇଛି। ସେହିପରି ଟାଟା-ଦାନପୁର ସ୍ପେଶାଲ ଟ୍ରେନ୍‌କୁ ମଧ୍ୟ ବାତିଲ କରାଯାଇଛି। ଦାନପୁରରୁ ଟାଟା ପର୍ଯ୍ୟନ୍ତ ଯାଉଥିବା ଦାନପୁର-ଟାଟା-ଦାନପୁର ସ୍ପେଶାଲ ଟ୍ରେନ୍‌ର ଚଳାଚଳ ଉପରେ ସମ୍ପୂର୍ଣ୍ଣ ଭାବେ ରୋକୋ ଲଗାଯାଇଛି। ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ନଜରରେ ରଖି ବିହାର ଓ ଝାଡ଼ଖଣ୍ଡ ମଧ୍ୟରେ ପାଟନା-ରାଞ୍ଚି-ପାଟନା ଜନଶତାବ୍ଦୀ ଏକ୍ସପ୍ରେସ୍‌ ଓ ଟାଟା-ଦାନପୁର ଏକ୍ସପ୍ରେସ୍‌ ଟ୍ରେନ୍‌କୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ବିହାରରୁ ଝାଡ଼ଖଣ୍ଡ ପାଇଁ ଏହି ୨ଟି ଟ୍ରେନ୍‌ ହିଁ ଚଳାଚଳ କରୁଥିଲା। ଏତଦ୍‌ ବ୍ୟତୀତ ଗୟା ଜଙ୍କସନ୍‌ ଦେଇ ହାଓ୍ବଡାରୁ ନୂଆଦିଲ୍ଲୀ ମଧ୍ୟରେ ସପ୍ତାହକୁ ୩ଦିନ ଧରି ଚାଲୁଥିବା ସ୍ପେଶାଲ ଏକ୍ସପ୍ରେସ୍‌ ଟ୍ରେନ୍‌ ପରିଚାଳନା ଉପରେ ମଧ୍ୟ ଆଂଶିକ ଭାବେ ରୋକୋ ଲଗାଯାଇଛି। ଏବେ ଏହି ଟ୍ରେନ୍‌ ସପ୍ତାହକୁ ଗୋଟିଏ ଦିନ ଚାଲିବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

କାଲିଠୁ ଶ୍ରାବଣ ଆରମ୍ଭ: ପ୍ରଥମ ଦିନରେ କରନ୍ତୁ ଏହି ୩ ସହଜ କାମ, ମହାଦେବଙ୍କ କୃପାରୁ ଚମକିବ ଭାଗ୍ୟ!

ହିନ୍ଦୁ ଧର୍ମରେ ଶ୍ରାବଣ ମାସକୁ ଦେବଦେବ ମହାଦେବଙ୍କ ଆରାଧନା ପାଇଁ ସବୁଠାରୁ ପବିତ୍ର ଓ ଗୁରୁତ୍ୱପୂର୍ଣ୍ଣ ମାସ ଭାବେ ବିବେଚନା କରାଯାଏ। ଚଳିତ ବର୍ଷ ଜୁଲାଇ ୩୦…

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା,  ଅଧ୍ୟାପକ ମିଳିମିଶିକଲେ …

ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ…

ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ…

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

ଗର୍ଜିଲେ ରାହୁଲ; ଅମିତ ଶାହାଙ୍କୁ ପଦବୀରୁ ହଟାନ୍ତୁ, ଭାଜପାକୁ କ୍ଷମା ମାଗିବି….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ଭାଜପା ତାଙ୍କୁ ଗୃହରେ କହିବାକୁ ଦେଲାନାହିଁ । ବାରମ୍ବାର ବାଚସ୍ପତିଙ୍କୁ ଅନୁରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri