ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଘଟଣା: ନା ଅଛି ଡର ନା ଅଛି ଲାଜ, ପୋଲିସ ଧରିବା ପରେ ଅଭିଯୁକ୍ତ କହିଲେ…

କୋଲକାତା,୧୨ା୮: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର୍‌ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଟ୍ରେନି ବା ପ୍ରଶିକ୍ଷକ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ସଞ୍ଜୟ ରାୟ ବୋଲି ଜଣାପଡ଼ିଛି, ଯିଏ ଡାକ୍ତରଖାନାର କର୍ମଚାରୀ ନୁହନ୍ତି। କିନ୍ତୁ ତାଙ୍କୁ ପ୍ରାୟତଃ କ୍ୟାମ୍ପସ୍‌ ଭିତରେ ଦେଖିବାକୁ ମିଳୁଥିଲା। ଶନିବାର (ଅଗଷ୍ଟ ୧୦) ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ବର୍ତ୍ତମାନ ସେ ୧୪ ଦିନ ପାଇଁ ନ୍ୟାୟିକ ହେପାଜତରେ ଅଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ସଞ୍ଜୟ କୋଲକାତା ପୋଲିସ ସହିତ ନାଗରିକ ସ୍ବେଚ୍ଛାସେବୀ ଭାବେ କାମ କରୁଥିଲେ। ଟ୍ରାଫିକ ପରିଚାଳନା ତଥା ବିପର୍ଯ୍ୟୟର ମୁକାବିଲା ଭଳି ବିଭିନ୍ନ କାର୍ଯ୍ୟରେ ପୋଲିସକୁ ସାହାଯ୍ୟ କରିବା ପାଇଁ ନାଗରିକ ସ୍ବେଚ୍ଛାସେବୀମାନଙ୍କୁ ନିଯୁକ୍ତି ଦିଆଯାଇଛି। ଚୁକ୍ତିନାମା ଅନୁଯାୟୀ ସେମାନଙ୍କୁ ନିଯୁକ୍ତି ଦିଆଯାଏ। ନାଗରିକ ସ୍ବେଚ୍ଛାସେବୀମାନଙ୍କୁ ମଧ୍ୟ ପ୍ରତି ମାସରେ ୧୨୦୦୦ଟଙ୍କା ଦରମା ଦିଆଯାଏ। ତଥାପି ସେମାନେ ନିୟମିତ ସେବା ପାଆନ୍ତି ନାହିଁ।

ପୋଲିସ ପଚରାଉଚରା ଆରମ୍ଭ କରିବା ମାତ୍ରେ ଅଭିଯୁକ୍ତ ସଞ୍ଜୟ ତାଙ୍କ ଅପରାଧ ସ୍ବୀକାର କରିଛନ୍ତି। ଏହି ଜଘନ୍ୟ ଅପରାଧ ପାଇଁ ତାଙ୍କର କୌଣସି ଡର ଭୟ କିମ୍ବା ଲାଜ ମଧ୍ୟ ନ ଥିଲା କି ଅନୁତାପ ମଧ୍ୟ ନ ଥିଲା। ସେ ପୋଲିସକୁ କହିଥିଲେ, ଯଦି ତୁମେ ଚାହଁ ମୋତେ ଫାଶୀରେ ଝୁଲାଇ ଦିଅ। ସଞ୍ଜୟ ତାଙ୍କ ମୋବାଇଲରେ ଅଶ୍ଳୀଳ ଭିଡିଓ ଦେଖୁଥିଲେ। ସିସିଟିଭି କ୍ୟାମେରା ଫୁଟେଜ୍‌ ଜରିଆରେ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇ ଗିରଫ କରାଯାଇଥିଲା।

ହତ୍ୟା ଓ ବଳାତ୍କାର କରିବା ପରେ ଅଭିଯୁକ୍ତ ତାଙ୍କ ଘରକୁ ଯାଇ ଶୋଇଥିଲେ। ଯେତେବେଳେ ସେ ଉଠିଲେ ପ୍ରମାଣ ହଟାଇବା ପାଇଁ ସେ ନିଜ ପୋଷାକ ମଧ୍ୟ ଧୋଇଥିଲେ। ପୋଲିସ ତାଙ୍କ ଜୋତାରେ ରକ୍ତ ଦାଗ ଲାଗିଥିବାର ଜବତ କରିଛି। ବର୍ତ୍ତମାନ ଅଭିଯୁକ୍ତ ୨୩ ଅଗଷ୍ଟ ପର୍ଯ୍ୟନ୍ତ ପୋଲିସ ହେପାଜତରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri