କୃଷିପାରା କର୍ମଚାରୀଙ୍କ ପ୍ରଶିକ୍ଷଣ: ସଘନ ଚାଷ ସମ୍ପ୍ରସାରଣ ଅଭିଯାନ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ଜିଲା କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସଭାଗୃହଠାରେ ଦିଗପହଣ୍ଡି, ସାନଖେମୁଣ୍ଡି ଓ କୁକୁଡ଼ାଖଣ୍ଡି ବ୍ଲକର କୃଷକ ସାଥୀ, ଗ୍ରାମ୍ୟ କୃଷି କର୍ମଚାରୀ ଓ ଉଦ୍ୟାନ କୃଷି ପାରା କର୍ମଚାରୀମାନଙ୍କୁ ନେଇ କୃଷିରେ ସଘନ ଚାଷ ସମ୍ପ୍ରସାରଣ ଅଭିଯାନ ସମ୍ପର୍କିତ କୃଷି ସୂଚନା, ଶିକ୍ଷା ଓ ଯୋଗାଯୋଗ ଯୋଜନା ୨୦୨୪-୨୫ ପ୍ରଶିକ୍ଷଣ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି କୃଷି ଜିଲା ଅଧିକାରୀ ପ୍ରଶାନ୍ତ କୁମାର ନାଥ ଏହି କର୍ମଶାଳାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଆସିକା କୃଷି ଜିଲା ଅଧିକାରୀ ପ୍ରମୋଦ କୁମାର ମହାପାତ୍ର, ବ୍ରହ୍ମପୁର କୃଷି ସହାୟକ ଯନ୍ତ୍ରୀ ଇଂ.ଶଙ୍କର୍ଷଣ ମଲ୍ଲିକ, ବରିଷ୍ଠ କୃଷି ବୈଜ୍ଞାନିକ ସୁଜିତ କୁମାର ନାଥ, ସନ୍ଦୀପ କୁମାର ମହାନ୍ତି, ସହକାରୀ ଉଦ୍ୟାନ ବିଭାଗ ଅଧିକାରୀ ପ୍ରଭାତ କୁମାର ପାତ୍ର ମଞ୍ଚାସୀନ ଥିଲେ। ବ୍ଲକ ସହକାରୀ କୃଷି ବିଭାଗ ଅଧିକାରୀ ସାଗରିକା ଗୌଡ଼ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି ଶିବିରରେ କୃଷି ବିଭାଗ ଓ ଉଦ୍ୟାନ କୃଷି ବିଭାଗ ଅର୍ନ୍ତଭୁକ୍ତ ସମସ୍ତ ଯୋଜନା ଗୁଡିକ କିପରି ଚାଷୀଙ୍କ ନିକଟରେ ପହଞ୍ଚି ପାରିବ ସେନେଇ ସବିଶେଷ ଆଲୋଚନା କରାଯିବା ସହ ଫସଲରେ ସମନ୍ବିତ ଖାଦ୍ୟ ସାର ପରିଚାଳନା ଏବଂ ରୋଗ ପୋକ ନିୟନ୍ତ୍ରଣ ନିମନ୍ତେ କୃଷି କର୍ମଚାରୀମାନଙ୍କୁ ତାଲିମ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ଅଲଟୋ କାର୍ ଭିତରେ ଗଞ୍ଜେଇର ପାହାଡ଼! ଧରାପଡ଼ିଲେ ଗୌରୀଶଙ୍କର, ସହଯୋଗୀ ଫେରାର

ପୁରୁଷୋତ୍ତମପୁର,୧୬।୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବେଳେ ପୋଲିସ ଚଢ଼ଉ କରି ୯୫ କେଜି ଗଞ୍ଜେଇ ସହ ଏକ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?