ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ତିନିଦିନିଆ ପ୍ରଶିକ୍ଷଣ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ତହସିଲଦାର ତଥା ଜନ ଗଣନା ବ୍ଲକ ଇନ୍‌ଚାର୍ଜ ଅରୁଣ ବର୍ଗେ, ଅତିରିକ୍ତ ତହସିଲଦାର ଶୁଭେନ୍ଦୁ ପଟେଲ ଶିବିରକୁ ଉଦ୍‌ଘାଟନ କରିଥିବା ବେଳେ ସାଧନକର୍ମୀ ଭାବେ ଉଦ୍ୟାନ ବିଭାଗ ଅଧିକାରୀଙ୍କୁ ପ୍ରଧାନ, ବ୍ଲକ ମତ୍ସ୍ୟ ଅଧିକାରୀ ଶକ୍ତିକାନ୍ତ ବେହେରା ଯୋଗ ଦେଇ କିଭଳି ନିର୍ଭୁଲ ଭାବେ ଜନଗଣନା କାର୍ଯ୍ୟ ସମ୍ପାଦନା ହେବ ସେ ଉପରେ ତାଲିମ ପ୍ରଦାନ କରିଥିଲେ। ଏହାସହିତ ଘରେ ଘରେ ସର୍ବେକ୍ଷଣ କରିବା ସମୟରେ ଅନୁସରଣୀୟ ନିୟମ ଓ ନୀତି ଉପରେ ମଧ୍ୟ ଜୋର ଦିଆଯାଇଥିଲ। ଏଥିରେ ୭ ସୁପରଭାଇଜର  ଓ ୪୩ ଆନିମେଟରଙ୍କ ତାଲିମ ଗ୍ରହଣ କରୁଥିବା ତହସିଲଦାର ଅରୁଣ ବର୍ଗେ ସୂଚନା ଦେଇଛନ୍ତି। ତେବେ ଏହି ପ୍ରଶିକ୍ଷଣ ଶିବିର ଶୁକ୍ରବାର ଉଦ୍‌ଯାପିତ ହେବାକୁ ଥିବା ବେଳେ ଚଳିତ ମାସ ୨୧ରୁ ୨୩ ତାରିଖ ଦ୍ୱିତୀୟ ପର୍ଯ୍ୟାୟ ଓ ୨୪ରୁ ୨୬ ତାରିଖରେ ତୃତୀୟ ପର୍ଯ୍ୟାୟ ତାଲିମ ଶିବିର ଅନୁଷ୍ଠିତ ହେବାକୁ ଥିବା ଜଣାପଡ଼ିଛି। ତାଲିମ ଶିବିରରେ ତହସିଲ କର୍ମଚାରୀ ରୁଷଭ ମାଝୀ, ଋତୁରାଜ ଭୋଇ, ହିରାମଣି ଭୋଇ, ନବିଶ୍ୱର ନାଗ, ତାପସ ସାହୁ, ଫିରୋଜ ସାହୁ, ଗୋପାଳ ପୁଟେଲ ପ୍ରମୁଖ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri