ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ତିନିଦିନିଆ ପ୍ରଶିକ୍ଷଣ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ତହସିଲଦାର ତଥା ଜନ ଗଣନା ବ୍ଲକ ଇନ୍‌ଚାର୍ଜ ଅରୁଣ ବର୍ଗେ, ଅତିରିକ୍ତ ତହସିଲଦାର ଶୁଭେନ୍ଦୁ ପଟେଲ ଶିବିରକୁ ଉଦ୍‌ଘାଟନ କରିଥିବା ବେଳେ ସାଧନକର୍ମୀ ଭାବେ ଉଦ୍ୟାନ ବିଭାଗ ଅଧିକାରୀଙ୍କୁ ପ୍ରଧାନ, ବ୍ଲକ ମତ୍ସ୍ୟ ଅଧିକାରୀ ଶକ୍ତିକାନ୍ତ ବେହେରା ଯୋଗ ଦେଇ କିଭଳି ନିର୍ଭୁଲ ଭାବେ ଜନଗଣନା କାର୍ଯ୍ୟ ସମ୍ପାଦନା ହେବ ସେ ଉପରେ ତାଲିମ ପ୍ରଦାନ କରିଥିଲେ। ଏହାସହିତ ଘରେ ଘରେ ସର୍ବେକ୍ଷଣ କରିବା ସମୟରେ ଅନୁସରଣୀୟ ନିୟମ ଓ ନୀତି ଉପରେ ମଧ୍ୟ ଜୋର ଦିଆଯାଇଥିଲ। ଏଥିରେ ୭ ସୁପରଭାଇଜର  ଓ ୪୩ ଆନିମେଟରଙ୍କ ତାଲିମ ଗ୍ରହଣ କରୁଥିବା ତହସିଲଦାର ଅରୁଣ ବର୍ଗେ ସୂଚନା ଦେଇଛନ୍ତି। ତେବେ ଏହି ପ୍ରଶିକ୍ଷଣ ଶିବିର ଶୁକ୍ରବାର ଉଦ୍‌ଯାପିତ ହେବାକୁ ଥିବା ବେଳେ ଚଳିତ ମାସ ୨୧ରୁ ୨୩ ତାରିଖ ଦ୍ୱିତୀୟ ପର୍ଯ୍ୟାୟ ଓ ୨୪ରୁ ୨୬ ତାରିଖରେ ତୃତୀୟ ପର୍ଯ୍ୟାୟ ତାଲିମ ଶିବିର ଅନୁଷ୍ଠିତ ହେବାକୁ ଥିବା ଜଣାପଡ଼ିଛି। ତାଲିମ ଶିବିରରେ ତହସିଲ କର୍ମଚାରୀ ରୁଷଭ ମାଝୀ, ଋତୁରାଜ ଭୋଇ, ହିରାମଣି ଭୋଇ, ନବିଶ୍ୱର ନାଗ, ତାପସ ସାହୁ, ଫିରୋଜ ସାହୁ, ଗୋପାଳ ପୁଟେଲ ପ୍ରମୁଖ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?