Posted inଖେଳ

କେନ୍ଦ୍ରାପଡ଼ାରେ ୨ ଚେସ୍‌ ଇଭେଣ୍ଟ ସହ ପ୍ରଶିକ୍ଷଣ ଶିବିର

କେନ୍ଦ୍ରାପଡ଼ା ଅଫିସ/ଭୁବନେଶ୍ୱର, ୧୬।୫ (କ୍ରୀଡ଼ା ପ୍ରତିନିଧି): କେନ୍ଦ୍ରାପଡ଼ା ଜିଲା ଚେସ୍‌ ଆସୋସିଏଶନ୍‌(କେଡିସିଏ) ଏବଂ ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନ୍‌(ଏଓସିଏ)ର ମିଳିତ ଆନୁକୂଲ୍ୟରେ ଚଳିତ ମାସ ୨୦ରୁ ୩୦ ମଧ୍ୟରେ କେନ୍ଦ୍ରାପଡ଼ାରେ ୨ଟି ଚେସ୍‌ ଇଭେଣ୍ଟ ସହ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ୨୦ ଓ ୨୧ରେ ରାଜ୍ୟସ୍ତରୀୟ ମହିଳା ଚେସ୍‌ ଚାମ୍ପିୟନଶିପ୍‌ ହେବ। ଏଥିରେ ରାଜ୍ୟ ଓ ଜାତୀୟସ୍ତରର ଅନେକ ଖେଳାଳି ଯୋଗଦେବେ। ତିନିମୁହାଣି ଗୌରିଶଙ୍କର ହୋଟେଲରେ ହେବାକୁଥିବା ଉକ୍ତ ପ୍ରତିଯୋଗିତାର ପ୍ରଥମ ୧୦ ଜଣଙ୍କୁ ଟ୍ରଫି ସହିତ ୨୦,୦୦୦ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରାଯିବ ବୋଲି ଏଓସିଏ ସମ୍ପାଦକ ଦେବବ୍ରତ ଭଟ୍ଟ ପ୍ରକାଶ କରିଛନ୍ତି। ଏହାସହିତ କେନ୍ଦ୍ରାପଡ଼ା ଜିଲା ଚେସ୍‌ ଚାମ୍ପିୟନଶିପ ସୁମନ ଦାସ ମେମୋରିଆଲ ଟ୍ରଫି ମଧ୍ୟ ସମାନ ସମୟ ଓ ଭେନ୍ୟୁରେ ଅନୁଷ୍ଠିତ ହେବ। ଏଥିରେ କେନ୍ଦ୍ରାପଡ଼ା ଜିଲାର ଉଭୟ ପୁରୁଷ ଏବଂ ମହିଳା ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ଏହି ୨ ଟୁର୍ନାମେଣ୍ଟ ସମ୍ପର୍କରେ ଅଧିକ ବିବରଣୀ ପାଇଁ ପିଙ୍କି ମହାପାତ୍ର, ନାରାୟଣ ଦାସ ଓ ଧରଣୀଧର ସେଠୀଙ୍କ ସହ ଯୋଗାଯୋଗ କରିବାକୁ କୁହାଯାଇଛି। ଏହା ବ୍ୟତୀତ ଜିଲାରେ ଅଧିକରୁ ଅଧିକ ଖେଳାଳି ସୃଷ୍ଟି ପାଇଁ ପଦକ୍ଷେପ ନିଆଯାଇଛି। ଆସନ୍ତା ୨୫ରୁ ୩୦ ପର୍ଯ୍ୟନ୍ତ ତିନିମୁହାଣିଠାରେ ଗ୍ରୀଷ୍ମକାଳୀନ ଚେସ୍‌ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଏହା ପ୍ରତ୍ୟେକ ଦିନ ସକାଳ ୮ରୁ ୧୧ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ଜିଲା ଚେସ୍‌ ସଭାପତି ଦେବବ୍ରତ ସ୍ବାଇଁ, ସମ୍ପାଦକ ଭବେଶ ମହାନ୍ତି, କାର୍ଯ୍ୟକାରୀ ସଭାପତି ହାଡ଼ିବନ୍ଧୁ ସିଂ ଏବଂ ଉପସଭାପତି ଲଲାଟ କେଶରୀ ସାମଲ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri