ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କୁ ପ୍ରଶିକ୍ଷଣ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଆଗୁଆ ସାଧାରଣ ନିର୍ବାଚନ ନେଇ ଚର୍ଚ୍ଚା ଜୋର୍‌ ଧରିଲାଣି। ଅନ୍ୟପକ୍ଷରେ ନିର୍ବାଚନ ପାଇଁ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କଲେଣି। ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର(ଏସ୍‌ଏଲ୍‌ଏମ୍‌ଟି) ମାନଙ୍କର ଟ୍ରେନିଂ କାର୍ଯ୍ୟ ଆରମ୍ଭ ହେଲାଣି। ଜୁନ୍‌ ୫ରୁ ୯ ତାରିଖ ଯାଏ ଏହି ପ୍ରଶିକ୍ଷଣ କାର୍ଯ୍ୟ ଜାରି ରହିବ। ପ୍ରଥମ ପର୍ଯ୍ୟାୟରେ ୯୮ ଜଣ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କୁ ଅନ୍‌ଲାଇନ୍‌ରେ ପ୍ରଶିକ୍ଷଣ ଦେବା ଆରମ୍ଭ କରାଯାଇଛି। ଏହି ପ୍ରଶିକ୍ଷଣ ଯୋଗ୍ୟ ଏବଂ ଅଯୋଗ୍ୟ, ଜିଲା ନିର୍ବାଚନ ପରିଚାଳନା, ଗଣମାଧ୍ୟମ ଅଭିଯୋଗ, ଇଭିଏମ-ଭିଭିପାର୍ଟ ଆଦି ବିଷୟରେ ପ୍ରଶିକ୍ଷଣ ଦିଆଯିବ। ଏହାଛଡ଼ା ୩ ବର୍ଷରୁ ଊର୍ଦ୍ଧ୍ୱ ଗୋଟିଏ ଜାଗାରେ ରହିଥିବା ଅଧିକାରୀମାନଙ୍କୁ ମଧ୍ୟ ବଦଳି ଓ ନିଯୁକ୍ତି କରିବା ନେଇ ଭାରତର ନିର୍ବାଚନ କମିଶନ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏହି ଗାଇଡ୍‌ଲାଇନ୍‌ ଆଧାରରେ ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ପର୍ଯ୍ୟାପ୍ତ ମାନବ ସମ୍ବଳ ଯୋଗାଇଦେବା ସକାଶେ ବଦଳି ଓ ନିଯୁକ୍ତି ପାଇଁ ପଦକ୍ଷେପ ନେବାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଅନୁରୋଧ କରାଯାଇଛି। କେବଳ ନିର୍ବାଚନ ଦାୟିତ୍ୱରେ ରହିବାକୁ ଥିବା ଜିଲା ନିର୍ବାଚନ ଅଧିକାରୀ, ରିଟର୍ନିଂ ଅଫିସର, କିମ୍ବା ଆସିଷ୍ଟାଣ୍ଟ ରିଟର୍ନିଂ ଅଫିସର ନୁହନ୍ତି, ଆଡିଶନାଲ ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ, ଡେପୁଟି କଲେକ୍ଟର, ଆସିଷ୍ଟାଣ୍ଟ ସବ୍‌କଲେକ୍ଟର, ତହସିଲଦାର, ବିଡିଓ, ଆସିଷ୍ଟାଣ୍ଟ କଲେକ୍ଟରଙ୍କ ସମେତ ଅନ୍ୟାନ୍ୟ ଅଧିକାରୀଙ୍କୁ ମଧ୍ୟ ବଦଳି ଓ ନିଯୁକ୍ତି କରିବାକୁ କୁହାଯାଇଛି।
ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ସରକାର ଆଗୁଆ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ନେଇ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ନିର୍ବାଚନ କମିଶନ ଯେତେବେଳେ ଘୋଷଣା କରିବେ ସେତେବେଳେ ନିର୍ବାଚନ ହେବ ବୋଲି ବିଜେଡି ପକ୍ଷରୁ କୁହାଯାଇଥିବା ବେଳେ କଂଗ୍ରେସ ଓ ଭାଜପା ଆଗୁଆ ନିର୍ବାଚନ ପାଇଁ ପ୍ରସ୍ତୁତ ଥିବା ଦଳୀୟ ନେତାମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri