ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କୁ ପ୍ରଶିକ୍ଷଣ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଆଗୁଆ ସାଧାରଣ ନିର୍ବାଚନ ନେଇ ଚର୍ଚ୍ଚା ଜୋର୍‌ ଧରିଲାଣି। ଅନ୍ୟପକ୍ଷରେ ନିର୍ବାଚନ ପାଇଁ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କଲେଣି। ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର(ଏସ୍‌ଏଲ୍‌ଏମ୍‌ଟି) ମାନଙ୍କର ଟ୍ରେନିଂ କାର୍ଯ୍ୟ ଆରମ୍ଭ ହେଲାଣି। ଜୁନ୍‌ ୫ରୁ ୯ ତାରିଖ ଯାଏ ଏହି ପ୍ରଶିକ୍ଷଣ କାର୍ଯ୍ୟ ଜାରି ରହିବ। ପ୍ରଥମ ପର୍ଯ୍ୟାୟରେ ୯୮ ଜଣ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କୁ ଅନ୍‌ଲାଇନ୍‌ରେ ପ୍ରଶିକ୍ଷଣ ଦେବା ଆରମ୍ଭ କରାଯାଇଛି। ଏହି ପ୍ରଶିକ୍ଷଣ ଯୋଗ୍ୟ ଏବଂ ଅଯୋଗ୍ୟ, ଜିଲା ନିର୍ବାଚନ ପରିଚାଳନା, ଗଣମାଧ୍ୟମ ଅଭିଯୋଗ, ଇଭିଏମ-ଭିଭିପାର୍ଟ ଆଦି ବିଷୟରେ ପ୍ରଶିକ୍ଷଣ ଦିଆଯିବ। ଏହାଛଡ଼ା ୩ ବର୍ଷରୁ ଊର୍ଦ୍ଧ୍ୱ ଗୋଟିଏ ଜାଗାରେ ରହିଥିବା ଅଧିକାରୀମାନଙ୍କୁ ମଧ୍ୟ ବଦଳି ଓ ନିଯୁକ୍ତି କରିବା ନେଇ ଭାରତର ନିର୍ବାଚନ କମିଶନ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏହି ଗାଇଡ୍‌ଲାଇନ୍‌ ଆଧାରରେ ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ପର୍ଯ୍ୟାପ୍ତ ମାନବ ସମ୍ବଳ ଯୋଗାଇଦେବା ସକାଶେ ବଦଳି ଓ ନିଯୁକ୍ତି ପାଇଁ ପଦକ୍ଷେପ ନେବାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଅନୁରୋଧ କରାଯାଇଛି। କେବଳ ନିର୍ବାଚନ ଦାୟିତ୍ୱରେ ରହିବାକୁ ଥିବା ଜିଲା ନିର୍ବାଚନ ଅଧିକାରୀ, ରିଟର୍ନିଂ ଅଫିସର, କିମ୍ବା ଆସିଷ୍ଟାଣ୍ଟ ରିଟର୍ନିଂ ଅଫିସର ନୁହନ୍ତି, ଆଡିଶନାଲ ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ, ଡେପୁଟି କଲେକ୍ଟର, ଆସିଷ୍ଟାଣ୍ଟ ସବ୍‌କଲେକ୍ଟର, ତହସିଲଦାର, ବିଡିଓ, ଆସିଷ୍ଟାଣ୍ଟ କଲେକ୍ଟରଙ୍କ ସମେତ ଅନ୍ୟାନ୍ୟ ଅଧିକାରୀଙ୍କୁ ମଧ୍ୟ ବଦଳି ଓ ନିଯୁକ୍ତି କରିବାକୁ କୁହାଯାଇଛି।
ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ସରକାର ଆଗୁଆ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ନେଇ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ନିର୍ବାଚନ କମିଶନ ଯେତେବେଳେ ଘୋଷଣା କରିବେ ସେତେବେଳେ ନିର୍ବାଚନ ହେବ ବୋଲି ବିଜେଡି ପକ୍ଷରୁ କୁହାଯାଇଥିବା ବେଳେ କଂଗ୍ରେସ ଓ ଭାଜପା ଆଗୁଆ ନିର୍ବାଚନ ପାଇଁ ପ୍ରସ୍ତୁତ ଥିବା ଦଳୀୟ ନେତାମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri