ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଶକ୍ତି ବିଭାଗର ସ୍ବତନ୍ତ୍ର ସଚିବ ତଥା ଓଏଏସ୍‌ ଅଫିସର ସୁରଥ ଚନ୍ଦ୍ର ମଲ୍ଲିକଙ୍କୁ ଅତିରିକ୍ତ ଜେଲ୍‌ ଆଇଜି ଭାବେ ବଦଳି କରାଯାଇଛି। ସେହିପରି ଅତିରିକ୍ତ ଜେଲ୍‌ ଆଇଜି ଥିବା ବରିଷ୍ଠ ଓଏଏସ୍‌ ଅଫିସର ସୀତାରାମ ପଟେଲଙ୍କୁ ସମ୍ବଲପୁରସ୍ଥିତ ବନ୍ଦୋବସ୍ତ ଓ ଚକବନ୍ଦୀ ଅତିରିକ୍ତ କମିଶନର ଭାବେ ବଦଳି କରାଯାଇଥିବା ବେଳେ ଖୋର୍ଦ୍ଧା ଅତିରିକ୍ତ ଜିଲାପାଳ ମନୋଜ କୁମାର ପାଢ଼ୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେ ଅତିରିକ୍ତ ଭାବେ ଟିଚର୍ସ ଟ୍ରେନିଂ ଆଣ୍ଡ ଏସ୍‌ସିଇଆରଟି ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ କରିବେ। ସେହିପରି ବରିଷ୍ଠ ଓଏଏସ୍‌ ଅଫିସର ବିରଞ୍ଚି ନାରାୟଣ ଦରୱାନଙ୍କୁ କଳାହାଣ୍ଡି ଜିଲା ପରିଷଦ ଅତିରିକ୍ତ ଏକ୍‌ଜିକ୍ୟୁଟିଭ ଅଫିସର ଭାବେ ବଦଳି କରାଯାଇଥିବା ବେଳେ ଜମନକିରା ତହସିଲଦାର ଟୁନା ମେହେରଙ୍କୁ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଆଇଟିଡିଏ ପ୍ରକଳ୍ପ ଅଧିକାରୀ, ସଇଁତଳା ତହସିଲଦାର ସୁରେନ୍ଦ୍ର ମେହେରଙ୍କୁ ସୁନ୍ଦରଗଡ଼ ଜିଲା ପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ମାଲକାନଗିରି ଉପଜିଲାପାଳ ରାଖାଲ ଚନ୍ଦ୍ର ପରିଡ଼ାଙ୍କୁ ବାରିପଦା ମ୍ୟୁନିସିପାଲିଟିର ଏକ୍‌ଜିକ୍ୟୁଟିଭ ଅଫିସର ଏବଂ ନିଆଳି ବିଡିଓ ଅଶୋକ କୁମାର ଲେଙ୍କାଙ୍କୁ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri