ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଶକ୍ତି ବିଭାଗର ସ୍ବତନ୍ତ୍ର ସଚିବ ତଥା ଓଏଏସ୍‌ ଅଫିସର ସୁରଥ ଚନ୍ଦ୍ର ମଲ୍ଲିକଙ୍କୁ ଅତିରିକ୍ତ ଜେଲ୍‌ ଆଇଜି ଭାବେ ବଦଳି କରାଯାଇଛି। ସେହିପରି ଅତିରିକ୍ତ ଜେଲ୍‌ ଆଇଜି ଥିବା ବରିଷ୍ଠ ଓଏଏସ୍‌ ଅଫିସର ସୀତାରାମ ପଟେଲଙ୍କୁ ସମ୍ବଲପୁରସ୍ଥିତ ବନ୍ଦୋବସ୍ତ ଓ ଚକବନ୍ଦୀ ଅତିରିକ୍ତ କମିଶନର ଭାବେ ବଦଳି କରାଯାଇଥିବା ବେଳେ ଖୋର୍ଦ୍ଧା ଅତିରିକ୍ତ ଜିଲାପାଳ ମନୋଜ କୁମାର ପାଢ଼ୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେ ଅତିରିକ୍ତ ଭାବେ ଟିଚର୍ସ ଟ୍ରେନିଂ ଆଣ୍ଡ ଏସ୍‌ସିଇଆରଟି ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ କରିବେ। ସେହିପରି ବରିଷ୍ଠ ଓଏଏସ୍‌ ଅଫିସର ବିରଞ୍ଚି ନାରାୟଣ ଦରୱାନଙ୍କୁ କଳାହାଣ୍ଡି ଜିଲା ପରିଷଦ ଅତିରିକ୍ତ ଏକ୍‌ଜିକ୍ୟୁଟିଭ ଅଫିସର ଭାବେ ବଦଳି କରାଯାଇଥିବା ବେଳେ ଜମନକିରା ତହସିଲଦାର ଟୁନା ମେହେରଙ୍କୁ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଆଇଟିଡିଏ ପ୍ରକଳ୍ପ ଅଧିକାରୀ, ସଇଁତଳା ତହସିଲଦାର ସୁରେନ୍ଦ୍ର ମେହେରଙ୍କୁ ସୁନ୍ଦରଗଡ଼ ଜିଲା ପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ମାଲକାନଗିରି ଉପଜିଲାପାଳ ରାଖାଲ ଚନ୍ଦ୍ର ପରିଡ଼ାଙ୍କୁ ବାରିପଦା ମ୍ୟୁନିସିପାଲିଟିର ଏକ୍‌ଜିକ୍ୟୁଟିଭ ଅଫିସର ଏବଂ ନିଆଳି ବିଡିଓ ଅଶୋକ କୁମାର ଲେଙ୍କାଙ୍କୁ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri