ଏସିପି, ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୩।୯(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର-କଟକ କମିଶନରେଟ ପୋଲିସ୍‌ରେ ଏସିପି ଓ ଇନ୍ସପେକ୍ଟର ସ୍ତରରେ ଶୁକ୍ରବାର ଅଦଳବଦଳ ହୋଇଛି। ଜଣେ ଏସିପି ଓ ୧୪ ଜଣ ଇନ୍ସପେକ୍ଟରଙ୍କୁ ବଦଳି କରାଯାଇଛି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଖଣ୍ଡଗିରି ଥାନା ଅଧିକାରୀ ଦୟାନିଧି ନାୟକଙ୍କୁ କଟକ ଲାଲ୍‌ବାଗ୍‌ ଥାନା ଓ କମିଶନରେଟ୍‌ ପୋଲିସ ମୁଖ୍ୟାଳୟରେ କାର୍ଯ୍ୟରତ ମାନସ କୁମାର ସ୍ବାଇଁଙ୍କୁ ମଞ୍ଚେଶ୍ୱର ଥାନାକୁ ବଦଳି କରାଯାଇଛି। କମିଶନରେଟ ପୋଲିସ ମୁଖ୍ୟାଳୟରେ ଥିବା ଏସିପି ଅଶୋକ କୁମାର ଗିରିଙ୍କୁ ଭୁବନେଶ୍ୱର ଡିସିପି ଅଫିସ୍‌ର ଆଇସିଏଡବ୍ଲ୍ୟୁ ଏସିପି ଭାବେ ବଦଳି କରାଯାଇଛି। ସେହିପରି କମିଶନରେଟ ପୋଲିସ ମୁଖ୍ୟାଳୟରେ ଥିବା ଇନ୍ସପେକ୍ଟର ସତ୍ୟନାରାୟଣ ପ୍ରଧାନଙ୍କୁ ନୟାପଲ୍ଲୀ, ଅଞ୍ଜଳି ଛୋଟରାୟଙ୍କୁ ସିପି ମୁଖ୍ୟାଳୟ (ଭିକ୍ଟର କଣ୍ଟ୍ରୋଲ ରୁମ୍‌), ମୃତ୍ୟୁଞ୍ଜୟ ସ୍ବାଇଁଙ୍କୁ ମୈତ୍ରୀ ବିହାର ଥାନା, ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କୁ ଲିଙ୍ଗରାଜ ଥାନା, ଦିନକୃଷ୍ଣ ମିଶ୍ରଙ୍କୁ ଭରତପୁର ଥାନା, ଅଭିମନ୍ୟୁ ଦାସଙ୍କୁ ଖଣ୍ଡଗିରି ଥାନା ଓ ଓ ସୁବ୍ରତ କୁମାର ମେହେରଙ୍କୁ ତମାଣ୍ଡୋ ଥାନାକୁ ବଦଳି କରାଯାଇଛି। ଅନ୍ୟପକ୍ଷରେ ନୟାପଲ୍ଲୀ ଥାନା ଅଧିକାରୀ ବିଶ୍ୱରଞ୍ଜନ ସାହୁଙ୍କୁ ଚୌଦ୍ୱାର, ମୈତ୍ରୀବିହାର ଥାନା ଅଧିକାରିଣୀ ପ୍ରିୟଦର୍ଶୀ ନନ୍ଦଙ୍କୁ କଟକ ସିଡିଏ ଫେଜ-୨ ଥାନାକୁ ବଦଳି କରାଯାଇଛି। ସେହିପରି ମର୍କତନଗର ଥାନା ଦାୟିତ୍ୱରେ ଥିବା ଇନ୍ସପେକ୍ଟର ବିୟୁଟି ମହାନ୍ତିଙ୍କୁ ପାହାଳ ଥାନାକୁ ବଦଳି କରାଯାଇଥିବାବେଳେ ତାଙ୍କ ସ୍ଥାନରେ ତମାଣ୍ଡୋ ଥାନା ଅଧିକାରୀ ସୁଭ୍ରାନ୍ତ କୁମାର ଜେନାଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିଭଳି ସିପି ମୁଖ୍ୟାଳୟରେ ଥିବା ଇନ୍ସପେକ୍ଟର(ଆର୍ମଡ) ସଞ୍ଜୟ କୁମାର ବାରିକଙ୍କୁ ଭୁବନେଶ୍ୱର ୟୁପିଡି ଆର୍‌.ଆଇ ଆର୍‌ବିଆଇକୁ ବଦଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri