ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ: ଅରବିନ୍ଦ ଅଗ୍ରଓ୍ବାଲ ଉଚ୍ଚଶିକ୍ଷା ସଚିବ

ଭୁବନେଶ୍ୱର,୯ା୬(ବ୍ୟୁରୋ)-ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଶୁକ୍ରବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗ ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି (ଓଏସ୍‌ଡି) ଭାବେ ବଦଳି କରାଯାଇଛି। ସେହିପରି ଓଡ଼ିଶା ହାଇଡ୍ରୋପାଓ୍ବାର କର୍ପୋରେଶନ(ଓଏଚ୍‌ପିସି) ଅଧ୍ୟକ୍ଷ ପଦବୀ ଅତିରିକ୍ତ ଦାୟିତ୍ୱରୁ ମଧ୍ୟ ତାଙ୍କୁ ହଟାଇ ଦିଆଯାଇଛି। ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଅର୍ଥ ବିଭାଗ ପ୍ରମୁଖ ସଚିବ ବିଶାଳ ଦେବଙ୍କୁ ଓଏଚ୍‌ପିସି ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ସାମାଜିକ କଲ୍ୟାଣ, ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶକ ତଥା ମହିଳା ବିକାଶ ସମବାୟ ନିଗମର ପରିଚାଳନା ନିର୍ଦ୍ଦେଶକ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱରେ ଥିବା ଅରବିନ୍ଦ ଅଗ୍ରଓ୍ବାଲଙ୍କୁ ଉଚ୍ଚଶିକ୍ଷା ସଚିବ ଭାବେ ବଦଳି କରାଯାଇଛି। ଏଥିସହିତ ଅରବିନ୍ଦଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

ପିଆଜ, ରସୁଣ ପାଇଁ ଭାଙ୍ଗିଲା ୨୨ ବର୍ଷର ସ୍ତ୍ରୀ-ସ୍ବାମୀ ସମ୍ପର୍କ: ପୂରା ଘଟଣା ଜାଣିଲେ…

ଅହମଦାବାଦ,୧୧ା୧୨:ବିବାହର ୨୨ ବର୍ଷ ପରେ ଗୁଜରାଟର ଏକ ଦମ୍ପତି ସମ୍ପର୍କ ତୁଟାଇ ପରସ୍ପରଠାରୁ ଅଲଗା ହୋଇଛନ୍ତି। ଏହାର କାରଣ ଅନେକଙ୍କୁ ବିସ୍ମିତ କରିଛି। ମହିଳା ଜଣକ...

କେତେ ହ୍ରାସ ପାଇବ ବିରାଟ-ରୋହିତଙ୍କ ଦରମା, ଆସିଲା ବଡ଼ ଅପଡେଟ୍‌, BCCIର ବୈଠକରେ…

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)ର ୩୧ତମ ବାର୍ଷିକ ସାଧାରଣ ବୈଠକ (AGM) ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥର ସବୁଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri