ଜଣେ ଏସିପି, ୭ ଇନ୍ସପେକ୍ଟର, ୪୪ ଏସ୍‌ଆଇ, ୪ ଏଏସ୍‌ଆଇଙ୍କ ବଦଳି

କଟକ ଅଫିସ,୨୧ା୪: କମିଶନରେଟ୍‌ ପୋଲିସରେ ବୁଧବାର ଜଣେ ଏସିପିଙ୍କ ସମେତ ୭ ଇନ୍ସପେକ୍ଟର, ୪୪ ସବ୍‌ଇନ୍ସପେକ୍ଟର ଓ ୪ ଜଣ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟରଙ୍କ ବଦଳି କମିଶନରେଟ ପୋଲିସ ମଧ୍ୟରେ କରାଯାଇଛି। ବିଭିନ୍ନ ଥାନାରେ ଖାଲି ପଡ଼ିଥିବା ପଦବୀ, ପ୍ରଶାସନିକ ଆବଶ୍ୟକତା ଓ ଲୋକଙ୍କ ସେବାକୁ ଦୃଷ୍ଟିରେ ରଖାଯାଇ କରାଯାଇଛି। ଏହି କ୍ରମରେ କଟକ ଡିଆଇବିରେ ଏସିପି ଭାବେ କାର୍ଯ୍ୟରତ ସତ୍ୟ ରଞ୍ଜନ ମଲ୍ଲିକଙ୍କୁ କଟକ ଆଇୟୁସିଏଡବ୍ଲ୍ୟୁକୁ ବଦଳି କରାଯାଇଛି। ସେହିପରି କଟକ ଆଇୟୁସିଏଡବ୍ଲ୍ୟୁରେ ଇନ୍ସପେକ୍ଟର ଭାବେ କାର୍ଯ୍ୟରତ କୃଷ୍ଣ ପ୍ରସାଦ ଦାସଙ୍କୁ କଟକ ଡିଆଇବିକୁ ବଦଳି କରାଯାଇଛି ା ସେହିପରି ଇନ୍ସପେକ୍ଟର ନିନାଙ୍କୁ ଭୁବନେଶ୍ୱର ୟୁପିଡିରୁ ଭୁବନେଶ୍ୱର ଡିସିଆର୍‌ବିକୁ, ଇନ୍ସପେକ୍ଟର ରୀନା ଦାସଙ୍କୁ କଟକ ୟୁପିଡିରୁ କଟକ ସଦର ଥାନାକୁ ଅତିରିକ୍ତ ଇନ୍ସପେକ୍ଟର ଭାବେ, ଇନ୍ସପେକ୍ଟର ଗଣେଶ ଚନ୍ଦ୍ର ସ୍ବାଇଁଙ୍କୁ ଭୁବନେଶ୍ୱର ହେଡ୍‌ କ୍ବାର୍ଟରରୁ ସେହିଠାରେ, ଇନ୍ସପେକ୍ଟର ବିଜୟ କୁମାର ବାରିକଙ୍କୁ ଭୁବନେଶ୍ୱର ୟୁପିଡିରୁ ଭୁବନେଶ୍ୱର ଶହୀଦ ନଗର ଥାନାକୁ ଅତିରିକ୍ତ ଇନ୍ସପେକ୍ଟର ଭାବେ, ଇନ୍ସପେକ୍ଟର ସୁଚିତ୍ରା ପରିଡ଼ାଙ୍କୁ ଭୁବନେଶ୍ୱର କମିଶନରଙ୍କ କାର୍ଯ୍ୟାଳୟରୁ ନୟାପଲ୍ଲୀ ଥାନାର ଅତିରିକ୍ତ ଇନ୍ସପେକ୍ଟର, କଟକ ଆଇୟୁସିଏଡବ୍ଲ୍ୟୁ ଇନ୍ସପେକ୍ଟର ପ୍ରମୋଦ କୁମାର ଲେଙ୍କାଙ୍କୁ ଭୁବନେଶ୍ୱର ୟୁପି ଆଣ୍ଡ୍‌ ଟିଟିଆଇକୁ ବଦଳି କରାଯାଇଛି। ଏଥିସହ ୪୪ ଜଣ ସବଇନ୍ସପେକ୍ଟରଙ୍କୁ କମିଶନରେଟ୍‌ ପୋଲିସ ଅନ୍ତର୍ଗତ ବିଭିନ୍ନ ଥାନାକୁ ବଦଳି କରାଯାଇଥିବାବେଳେ ୪ ଜଣ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟରଙ୍କୁ ବିଭିନ୍ନ ଥାନାକୁ ବଦଳି କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ,୨୯।୮(ପ୍ରଭୁକଲ୍ୟାଣ ପାଲ): ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ। ପାର୍କର ବିଭିନ୍ନ କାମର…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri