ନୀଳଗିରି ଆଇଆଇସି, ଆଇଓଙ୍କ ବଦଳି

ସଜନାଗଡ଼,୯।୪(ଡି.ଏନ.ଏ.): ସାମାନ୍ୟ ଘଟଣାକୁ କେନ୍ଦ୍ର କରି ନୀଳଗିରି ପୋଲିସ ଆକ୍ରୋଶମୂଳକ ଭାବେ ମେଡିକାଲରେ ଚିକିତ୍ସାଧୀନ ଜଣେ ଖବରଦାତାଙ୍କ ଗୋଡ଼ରେ ଦାଗୀ ଅପରାଧୀଙ୍କ ଭଳି ବେଡ଼ି ପକାଇବା ଘଟଣାରେ ଲୋକଦେଖାଣିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦାୟିତ୍ୱରେ ଥିବା କନଷ୍ଟେବଳଙ୍କୁ ନିଲମ୍ବନ କରାଯିବା ସହ ନୀଳଗିରି ଥାନା ଆଇଆଇସି ଦ୍ରୌପଦୀ ଦାସ ଓ ସେହି ମାମଲାର ତଦନ୍ତକାରୀ ଅଧିକାରୀ (ଆଇଓ) ସୁବର୍ଣ୍ଣ ବେହେରାଙ୍କୁ ବଦଳି କରାଯାଇଛି। ଏହି ମାମଲାକୁ ନେଇ ରାଜ୍ୟ ମାନବାଧିକାର କମିଶନ ଶୁକ୍ରବାର ରିପୋର୍ଟ ତଲବ କରିଛନ୍ତି। ୧୫ ଦିନ ଭିତରେ ରିପୋର୍ଟ ଦେବା ଲାଗି କମିଶନ ପୂର୍ବାଞ୍ଚଳ ଆଇଜି ନରସିଂହ ଭୋଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଶୁକ୍ରବାର ହ୍ୟୁମାନ ରାଇଟ ବାଲେଶ୍ୱର ଜିଲା ଶାଖା ସଭାପତି ଡା. ଜିତେନ୍ଦ୍ର ମହାରଣା ନୀଳଗିରିରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ପରେ ସେ ଥାନାରେ ପହଞ୍ଚତ୍ ତଥ୍ୟ ସଂଗ୍ରହ କରିନେଇଛନ୍ତି। ତଦନ୍ତ ବେଳେ ଆଇଆଇସି ସହଯୋଗ କରି ନ ଥିବା ସେ ଉପସ୍ଥିତ ଖବରଦାତାମାନଙ୍କୁ ସୂଚନା ଦେଇଥିଲେ। ଏଭଳି ଅମାନୁଷିକ କାର୍ଯ୍ୟକୁ ହ୍ୟୁମାନ ରାଇଟ ବାଲେଶ୍ୱର ଜିଲା ଶାଖା ସଭାପତି ସମାଲୋଚନା କରିବା ସହ ଦରକାର ପଡ଼ିଲେ ସଂସ୍ଥା ପୋଲିସ ବିରୋଧରେ ମାମଲା ରୁଜୁ କରିବ ବୋଲି ଚେତାଇ ଦେଇଛନ୍ତି। ନୀଳଗିରିର ଦୁଇ ଓକିଲ ସଂଘ ଘଟଣାକୁ ନିନ୍ଦା କରିବା ସହ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କଠାରେ ଦାବି କରିଛନ୍ତି। ନୀଳଗିରି ଉପଖଣ୍ଡର ସମସ୍ତ ଖବରଦାତା ଏକାଠି ହୋଇ ନୀଳଗିରି ଉପ-ଜିଲାପାଳଙ୍କ ମାଧ୍ୟମରେ ଏକ ସ୍ମାରକପତ୍ର ଓଡ଼ିଶାର ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ପୋଲିସ ଡିଜି, ମାନବାଧିକାର କମିଶନରଙ୍କୁ ପଠାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri