ଶ୍ରୀଲଙ୍କାରେ ଶାନ୍ତିପୂର୍ଣ୍ଣ ସାମ୍ବିଧାନିକ ଭାବେ ହେଉ କ୍ଷମତା ହସ୍ତାନ୍ତର, ଜାତିସଂଘର ଅନୁରୋଧ …

ଜେନେଭା, ୧୬।୭ : ମିଳିତ ଜାତିସଂଘ ଶ୍ରୀଲଙ୍କାର ନେତାମାନଙ୍କୁ ଦେଶର ସମ୍ବିଧାନ ଅନୁଯାୟୀ ଶାନ୍ତିପୂର୍ଣ୍ଣ ଭାବରେ କ୍ଷମତା ହସ୍ତାନ୍ତର କରିବାକୁ ଅନୁରୋଧ କରିଛି। ସପ୍ତାହେ ଧରି ଶ୍ରୀଲଙ୍କାରେ ଜାରି ରହିଥିବା ବିକ୍ଷୋଭ ପରେ ଗୋଟାବାୟା ରାଜପାକ୍ସେ ରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି।

କଲମ୍ବୋ ସ୍ଥିତ ମିଳିତ ଜାତିସଂଘ ସଂଯୋଜକ ହାନା ସିଙ୍ଗର ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ ସେମାନେ ଦେଶର ସମ୍ବିଧାନ ଅନୁଯାୟୀ ପୂର୍ଣ୍ଣ ସମ୍ମାନ ସହିତ କ୍ଷମତାର ଶାନ୍ତିପୂର୍ଣ୍ଣ ହସ୍ତାନ୍ତର ନିଶ୍ଚିତ କରିବାକୁ ଶ୍ରୀଲଙ୍କାର ସମସ୍ତ ଦଳଙ୍କୁ ଅନୁରୋଧ କରାଯାଉଛି। ସଂସଦ ଏବଂ ସଂସଦ ବାହାରେ ଆଲୋଚନା ମାଧ୍ୟମରେ କ୍ଷମତାର ପରିବର୍ତ୍ତନ କରାଯିବା ଉଚିତ ବୋଲି ସେ କହିଛନ୍ତି।

ମିଳିତ ଜାତିସଂଘର ଏହି ବିବୃତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ଶ୍ରୀଲଙ୍କାରୁ ମାଳଦ୍ୱୀପକୁ ପଳାଇ ସେଠାରୁ ସିଙ୍ଗାପୁରରେ ପହଞ୍ଚିବା ପରେ ରାଷ୍ଟ୍ରପତି ଗୋଟାବାୟା ଇସ୍ତଫା ଦେଇଛନ୍ତି। ଏହାପୂର୍ବରୁ ଗତ ବୁଧବାର ରାଜଧାନୀ କଲମ୍ବୋରେ ରାଷ୍ଟ୍ରପତିଙ୍କ ସରକାରୀ ବାସଭବନରେ ହଜାର ହଜାର ପ୍ରଦର୍ଶନକାରୀ ଆକ୍ରମଣ କରିଥିଲେ।
ଗୋଟାବାୟାଙ୍କ ଇସ୍ତଫା ପରେ ଶ୍ରୀଲଙ୍କା ସଂସଦର ବାଚସ୍ପତି ମହିନ୍ଦା ୟାପା ଅଭୟବର୍ଦ୍ଧନେ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଙ୍ଘେଙ୍କୁ ନୂତନ ରାଷ୍ଟ୍ରପତି ନିର୍ବାଚିତ ନହେବା ପର୍ଯ୍ୟନ୍ତ କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବରେ ନିଯୁକ୍ତ କରିଛନ୍ତି।

ରାଷ୍ଟ୍ରପତିଙ୍କୁ ସମ୍ବୋଧିତ କରିବା ପାଇଁ ମଧ୍ୟବର୍ତ୍ତୀକାଳୀନ ରାଷ୍ଟ୍ରପତି ଶୁକ୍ରବାର ମାନ୍ୟବର ଶବ୍ଦର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ସହିତ ସେ ରାଷ୍ଟ୍ରପତିଙ୍କ ପତାକା ରଦ୍ଦ କରିବାକୁ ମଧ୍ୟ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?