ଆଜି ପାଣିକୋଇଲି ଟୋଲ୍‌ପ୍ଲାଜା ସ୍ଥାନାନ୍ତର

ଯାଜପୁର ଅଫିସ, ୯ା୧୧: ନ୍ୟାଶନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ (ଏନଏଚ୍‌ଏଆଇ) ଅଧୀନରେ ଥିବା ଯାଜପୁର ଜିଲା ପାଣିକୋଇଲି ଟୋଲ୍‌ ପ୍ଲାଜା ଦୀର୍ଘ ୬ ବର୍ଷର ପ୍ରତୀକ୍ଷା ପରେ ଯାଜପୁର-ଭଦ୍ରକ ସୀମାନ୍ତବର୍ତ୍ତୀ ନେଉଳିଆ ଛକକୁ ବୁଧବାର ସ୍ଥାନାନ୍ତର ହେବ। ଏଥିପାଇଁ ନେଉଳିଆ ଛକରେ ନବନିର୍ମିତ ଟୋଲପ୍ଲାଜାରେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ସମ୍ପନ୍ନ ହୋଇଛି ବୋଲି ଏନ୍‌ଏଚ୍‌ଏଆଇ ବାଲେଶ୍ୱର ପ୍ରକଳ୍ପ ନିର୍ଦ୍ଦେଶକ ଜେ.ପି. ବର୍ମା ସୂଚନା ଦେଇଛନ୍ତି। ବନ୍ଦାଳୋଠାରୁ ୪୭ କିମି ଦୂରତାରେ ଥିବା ପାଣିକୋଇଲି ଟୋଲପ୍ଲାଜା ବେଆଇନ ଦର୍ଶାଇ ଅଞ୍ଚଳବାସୀ ଅଭିଯୋଗ କରି ଆସୁଥିଲେ। ଏହି ଟୋଲ୍‌ ପ୍ଲାଜା ସ୍ଥାନାନ୍ତର ହେବା ପରେ ଯାଜପୁର ଟାଉନ, ଯାଜପୁର ରୋଡ, ସୁକିନ୍ଦା, କେନ୍ଦୁଝର ଜିଲାର ବହୁ ଗାଡି ମାଲିକ ଉପକୃତ ହେବେ। କାରଣ ଏହି ଟୋଲପ୍ଲାଜା ଦେଇ ଯାତାୟାତ କରୁଥିବା ୧୨ରୁ ଊର୍ଦ୍ଧ୍ୱ ଚକ ଥିବା ଗାଡ଼ିରୁ ୭୧୫ଟଙ୍କା ଓ ୪ ଚକିଆ ଗାଡ଼ିରୁ ୧୩୫ଟଙ୍କା ଟୋଲ୍‌ ବାବଦରେ ଆଦାୟ କରାଯାଉଥିଲା।
ସୂଚନାଯୋଗ୍ୟ, ୧୬ନଂ.ଜାତୀୟ ରାଜପଥର ପାଣିକୋଇଲି ଓ ୫୩ନଂ. ଜାତୀୟ ରାଜପଥର ଶ୍ରୀରାମପୁର ଟୋଲପ୍ଲାଜା ସ୍ଥାନାନ୍ତର ନିଷ୍ପତ୍ତି ୨୦୧୬ ଜୁଲାଇରେ ହୋଇଥିଲା। ଏହି ନିଷ୍ପତ୍ତି ଅନୁସାରେ ପାଣିକୋଇଲି ଟେଲ୍‌ପ୍ଲାଜା ସ୍ଥାନାନ୍ତର କାର୍ଯ୍ୟକାରୀ ହେଉଥିବାବେଳେ ଶ୍ରୀରାମପୁର ଟୋଲପ୍ଲାଜା ସ୍ଥାନାନ୍ତର ପାଇଁ କୌଣସି ପଦକ୍ଷେପ ଏଯାଏ ନିଆଯାଇ ନାହିଁ। ଏନ୍‌ଏଚ୍‌ଏଆଇର ଗାଇଡ୍‌ଲାଇନ ଅନୁଯାୟୀ ଗୋଟିଏ ଟୋଲଗେଟ୍‌ରୁ ଅନ୍ୟ ଟୋଲଗେଟ୍‌ର ଦୂରତା ଅତିକମରେ ୬୦ କିଲୋମିଟର ହେବା ଆବଶ୍ୟକ। କିନ୍ତୁ ୧୬ନଂ. ଜାତୀୟ ରାଜପଥ, ଚଣ୍ଡୀଖୋଲ-ପାରାଦୀପ ୫୩ନଂ. ଏବଂ ପାଣିକୋଇଲି-କେନ୍ଦୁଝର ୨୦ନଂ. ଜାତୀୟ ରାଜପଥରେ ୪ଟି ଟୋଲପ୍ଲାଜା ରହିଛି। ସେଥିମଧ୍ୟରୁ ଯାଜପୁର ଜିଲାର ପାଣିକୋଇଲି ଓ ଶ୍ରୀରାମପୁରରେ ୨ ଟୋଲପ୍ଲାଜା କାର୍ଯ୍ୟ କରୁଛି। ବନ୍ଦାଳୋ ଠାରୁ ଶ୍ରୀରାମପୁର ଟୋଲପ୍ଲାଜାର ଦୂରତା ମାତ୍ର ୨୫ କିମି। ଏଣୁ ରାଜ୍ୟ ପରିବହନ କମିଶନରଙ୍କ ପତ୍ରସଂଖ୍ୟା ୧୧୦୬୩/୧୯ା୭ା୨୦୧୬ରେ ୱାର୍କସ ସେକ୍ରେଟାରୀଙ୍କୁ ପତ୍ର ଲେଖି ଶ୍ରୀରାମପୁର ଟୋଲପ୍ଲାଜାକୁ କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ନିକଟ ମଶାଖଣି ଏବଂ ପାଣିକୋଇଲି ଟୋଲପ୍ଲାଜାକୁ ଆଖୁଆପଦା ନିକଟକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ଅନୁସାରେ କେବଳ ପାଣିକୋଇଲି ଟୋଲପ୍ଲାଜାକୁ ସ୍ଥାନାନ୍ତର କରିବାକୁ ଏନଏଚ୍‌ଏଆଇକୁ ୬ ବର୍ଷ ଲାଗିଛି। ଇତିମଧ୍ୟରେ ବିଭାଗ ପକ୍ଷରୁ ବ୍ୟାପକ ଅନିୟମିତତା, ଅର୍ଥ ହରିଲୁଟ ଭଳି ଅନେକ ସାଂଘାତିକ ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ଶ୍ରୀରାମପୁର ଟୋଲପ୍ଲାଜା ସ୍ଥାନାନ୍ତର ନେଇ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ସଂପୃକ୍ତ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri