Posted inଜାତୀୟ

ପିଏମ୍‌ କେୟାର୍ସ ଫଣ୍ଡ୍‌ ଏନ୍‌ଡିଆରଏଫ୍‌କୁ ହେବନି ସ୍ଥାନାନ୍ତର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୮।୮: ପିଏମ୍‌ କେୟାର୍ସ ଫଣ୍ଡ ଏନ୍‌ଡିଆରଏଫ୍‌କୁ ସ୍ଥାନାନ୍ତର ହେବନି ବୋଲି ସୁପ୍ରିମ୍‌କୋର୍ଟ ମଙ୍ଗଳବାର ରାୟ ଦେଇଛନ୍ତି। ଏହା ସହିତ ଏନେଇ କରାଯାଇଥିବା ଆବେଦନକୁ ସୁପ୍ରିମ୍‌କୋର୍ଟ ଖାରଜ କରିଦେଇଛନ୍ତି। ଏହା ଏକ ଦାତବ୍ୟ ଫଣ୍ଡ୍‌ ବୋଲି କୋର୍ଟ କହିଛନ୍ତି। ତେଣୁ ଏଥିରେ ଜମା ହୋଇଥିବା ଟଙ୍କା ସ୍ଥାନାନ୍ତର କରିବାର ଆବଶ୍ୟକତା ନ ଥିବା କୋର୍ଟ କହିଛନ୍ତି। ଅପରପକ୍ଷରେ ଯେ କୌଣସି ବ୍ୟକ୍ତି ଅବା ସଂସ୍ଥା ଏନ୍‌ଡିଆରଏଫ୍‌କୁ ମଧ୍ୟ ଦାନ କରିପାରିବେ। ୨୦୧୯ରେ ଗଠନ କରାଯାଇଥିବା ଏନ୍‌ଡିଆରଏଫ୍‌ କରୋନା ମହାମାରୀ ସଙ୍କଟର ମୁକାବିଲା କରିବା ଲାଗି ପ୍ରର୍ଯ୍ୟାପ୍ତ। ତେଣୁ କୌଣସି ନୂଆ ଆକ୍ସନ୍‌ ପ୍ଲାନ୍‌ ଅଥବା ନ୍ୟୁନତମ ମାନକକୁ ଅଲଗା କରାଯିବା ଆବଶ୍ୟକତା ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ସେଣ୍ଟର ଫର୍‌ ପବ୍ଲିକ୍‌ ଇଣ୍ଟ୍ରେଷ୍ଟ୍‌ ଲିଟଗେଶନ ପକ୍ଷରୁ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା ଯେ, ଆଇନର ଉଲ୍ଲଂଘନ କରାଯାଇ ପିଏମ୍‌ କେୟାର୍ସ ଫଣ୍ଡ୍‌ ଗଠନ କରାଯାଇଛି। ତେଣୁ ଏଥିରେ ଜମା ହୋଇଥିବା ଦାନ ଟଙ୍କା ଏନ୍‌ଡିଆରଏଫ୍‌କୁ ସ୍ଥାନାନ୍ତର ହେବା ଉଚିତ ବୋଲି ଆବେଦନରେ ଉଲ୍ଲେଖ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri