ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ ସୁଯୋଗ ଦେଇଥିବାରୁ ତାଙ୍କୁ ଧନ୍ୟବାଦ ଜଣାଉଛି ା ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସମ୍ବଲପୁରବାସୀ ନିଶ୍ଚିତ ଭାବରେ ସମ୍ମାନ ଜଣାଇବେ ବୋଲି ସମ୍ବଲପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ରେଙ୍ଗାଲି ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର ପ୍ରଚାର କରି ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ କହିଛନ୍ତି ା

ସେ ଆହୁରି କହିଥିଲେ, ସମ୍ବଲପୁରର ଶିକ୍ଷା ଓ ସ୍ବାସ୍ଥ୍ୟକୁ ଫୋକସରେ ରଖି ରାଜ୍ୟ ସରକାର କାମ କରୁଛନ୍ତି। ଯେଉଁଭଳି ଭାବରେ ରୂପାନ୍ତରଣ କାମ ଚାଲିଛି ତାହା ସମସ୍ତଙ୍କ ଆଖି ସାମ୍ନାରେ ଅଛି। ପ୍ରଣବ ସକାଳେ ରେଙ୍ଗାଲି ନିର୍ବାଚନ ମଣ୍ଡଳୀର ବିଭିନ୍ନ ଗାଁକୁ ଯାଇ ପ୍ରଚାର କରିବା ସହିତ ବିଭିନ୍ନ ବର୍ଗର ଲୋକଙ୍କୁ ଭେଟି ଆଲୋଚନା କରିଥିଲେ। ସେମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ପ୍ରଥମେ ସେ ଧନକଉଡା ଜୋନ-୧ ଅନ୍ତର୍ଗତ ତାଲବ ଗାଁରେ ଥିବା ସମଲେଇ ମନ୍ଦିର ଯାଇ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିଥିଲେ। ସମଲେଶ୍ୱରୀଙ୍କ ନାମ ନେଇ ଲୋକସର୍ମ୍ପକ ଅଭିଯାନ ଆରମ୍ଭ କରିଥିଲେ। ସେଠାରୁ ସେ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ଖିଣ୍ଡା ଗ୍ରାମକୁ ଯାଇଥିଲେ। ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପର୍ଣ କରି ତାଙ୍କ ପରିବାର ବର୍ଗଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ପରେ ସେ ରେଙ୍ଗାଲି ଦୁର୍ଗା ମନ୍ଦିରକୁ ଯାଇ ମା’ଙ୍କ ଆଶୀର୍ବାଦ ନେଇ ରେଙ୍ଗାଲି ନାଗରିକ କମିଟି ଓ ମାରୱାଡି ସମାଜ ସଦସ୍ୟଙ୍କ ସହିତ ଏକ ବୈଠକରେ ଯୋଗଦେଇଥିଲେ। ଏହି ଅବସରରେ ଆୟୋଜିତ ମିଶ୍ରଣ ପର୍ବରେ ଭାଜପାର ବହୁ କର୍ମୀ ବିଜେଡିରେ ଯୋଗଦାନ କରିଥିଲେ। ଠେମରାଠାରେ ଆୟୋଜିତ ଏକ ସଭାରେ ଯୋଗଦେଇଥିଲେ। ପରେ ମହିମା ଧର୍ମାବଲମ୍ବୀଙ୍କ ସହିତ ଆଲୋଚନା କରିଥିଲେ ା ଶେଷରେ ଧନକଉଡା ଜୋନ-୨ ଚିପିଲିମାଠାରେ ନିର୍ବାଚନୀ ସଭାରେ ଯୋଗଦେଇ ମା’ ଘଣ୍ଟେଶ୍ୱରୀଙ୍କ ଦର୍ଶନ କରି ପ୍ରଚାର କାର୍ଯ୍ୟକ୍ରମ ଶେଷ କରିଥିଲେ ା ତାଙ୍କ ସହ ରେଙ୍ଗାଲି ବିଜେଡି ବିଧାୟକ ପ୍ରାର୍ଥୀ ସୁଦର୍ଶନ ହରିପାଲ, ଯୁବ ନେତା ବିଶାଳ ଦାସ, ଜିଲା ପର୍ଯ୍ୟବେକ୍ଷକ ସୌଭାଗ୍ୟ ନାଏକ, ବିଜେଡି ରେଙ୍ଗାଲି ବ୍ଲକ ସଭାପତି ଅଶୋକ ଗୁରୁ, ରେଙ୍ଗାଲି ବ୍ଲକ ଅଧ୍ୟକ୍ଷ ସତ୍ୟନାରାୟଣ ଅଗ୍ରୱାଲ, ମହେନ୍ଦ୍ର ଓରାମ, ଧନକଉଡ଼ା ବ୍ଲକ ବିଜେଡି ସଭାପତି ଯତୀନ୍ଦ୍ର ସାହୁ, ବାବୁଲୁ ରାଉତ, ଧନକଉଡା ଜୋନ ୧ ଜିଲା ପରିଷଦ ସଭ୍ୟ ସୁନିଲ ମିଶ୍ର, ରେଙ୍ଗାଲି ଜୋନ୍‌ ୧ ଜିଲା ପରିଷଦ ସଭ୍ୟା
ଚୋଳଶ୍ରୀ ମହାନନ୍ଦ, ଜୋନ ୨ ସଭ୍ୟ ଦେନାରାୟଣ ତିୱାରୀ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri