ଟ୍ରାନ୍ସଫର୍ମର ଅଚଳ: ବିଦ୍ୟୁତ୍‌ କାର୍ଯ୍ୟାଳୟ ସମ୍ମୁଖରେ ଅଞ୍ଚଳବାସୀଙ୍କ ବିକ୍ଷୋଭ

ଦିଗପହଣ୍ଡି,୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗ୍ରାମ ଗଣିଆ ସାହିରେ ଗତ ୨ ଦିନ ପୂର୍ବେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡ଼ିଯାଇଛି। ଫଳରେ ବିଦ୍ୟୁତ ସରବରାହ ବନ୍ଦ ରହିବା ସହ ଅନ୍ଧକାରରେ ବିତୁଛି ସାହି ବାସିନ୍ଦାଙ୍କ ଜୀବନ। ସନ୍ଧ୍ୟା ହେଲେ ସାହି ରାସ୍ତା ସମ୍ପୂର୍ଣ୍ଣ ଅନ୍ଧକାର ହୋଇ ପଡ଼ିଥିଲେ ବିଦ୍ୟୁତ୍‌ ବିଭାଗର କୌଣସି ଅଧିକାରୀ କିମ୍ବା କର୍ମଚାରୀ ଅଚଳ ଟ୍ରାନ୍ସଫର୍ମର ମରାମତି କରୁ ନ ଥିବାରୁ ବୁଧବାର ସକାଳେ ଉତ୍ତେଜିତ ସାହି ବାସିନ୍ଦା ବମକୋଇ ଗ୍ରାମସ୍ଥିତ ଟିପିଏସ୍‌ ଓଡିଏଲ ଟାଟା ପାଓ୍ବାର ଦେଓଖାଳି ଗ୍ରାମ ବିଦ୍ୟୁତ୍‌ ସେକ୍ସନ କାର୍ଯ୍ୟାଳୟରେ ପହଞ୍ଚି ଅଚଳ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ମରାମତି କରି ତୁରନ୍ତ ବିଦ୍ୟୁତ୍‌ ସରବରାହ ଯୋଗାଇଦେବା ଦାବିରେ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଦସ୍ତଖତ ସମ୍ବଳିତ ଦାବିପତ୍ର ଉପସ୍ଥିତ କନିଷ୍ଠ ଯନ୍ତ୍ରୀ ଇଂ.ଅମୃତ ନାହାକଙ୍କୁ ପ୍ରଦାନ କରିଥିଲେ। ଅଧିକ ଲୋଡିଂ ଯୋଗୁ ଟ୍ରାନ୍ସଫର୍ମରଟି ପୋଡ଼ି ଯାଇଥିଲା। ସନ୍ଧ୍ୟାରେ ବିଦ୍ୟୁତ୍‌ ବିଭାଗ କର୍ମଚାରୀମାନେ ଗ୍ରାମରେ ପହଞ୍ଚି ୧ ଶହ କେ. ଭି କ୍ଷମତାର ନୂଆ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସଂଯୋଗ କରି ବିଦ୍ୟୁତ ସରବରାହ ଚାଲୁ କରିଥିବା କନିଷ୍ଠ ଯନ୍ତ୍ରୀ କହିଛନ୍ତି। ଏନେଇ ଦିଗପହଣ୍ଡି ବିଦ୍ୟୁତ୍‌ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ହରିହର ଦତ୍ତଙ୍କୁ ପଚାରିବାରୁ ଅଭିଯୋଗ ପାଇବା ପରେ ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ ସମସ୍ୟା ସମାଧାନ କରାଯାଇଥିବା ଜଣାଇଛନ୍ତି। ଅପରପକ୍ଷରେ ଚୌଧୁରୀ ଟିକରପଡ଼ା ଗାଁରେ ବହୁ ସଂଖ୍ୟକ ବିଦ୍ୟୁତ ଉପଭୋକ୍ତା ବିଦ୍ୟୁତ୍‌ ଚୋରି କରୁଥିବା ଅଭିଯୋଗ ହୋଇଥିଲା। ବିଦ୍ୟୁତ୍‌ ଭିଜିଲାନ୍ସ ଟିମ୍‌ ଗାଁରେ ଚଢ଼ାଉ କରି ୧୨୮ ଉପଭୋକ୍ତାଙ୍କ ବିଦ୍ୟୁତ୍‌ ମିଟର ଟାମ୍ପରିଂ ଧରିବା ସହ ଜରିମାନା ଧାର୍ଯ୍ୟ କରିଥିଲେ। ପରବର୍ତ୍ତୀ ଅବସ୍ଥାରେ ବିଦ୍ୟୁତ୍‌ ବିଭାଗ ଜରିମାନା ୩୦ ପ୍ରତିଶତ ହ୍ରାସ କରିଥିଲେ ମଧ୍ୟ ବହୁ ସଂଖ୍ୟକ ଉପଭୋକ୍ତା ଜରିମାନା ପୈଠ କରି ନ ଥିବା ବିଦ୍ୟୁତ ବିଭାଗ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri