ଟ୍ରାନ୍ସଫର୍ମର ଅଚଳ: ବିଦ୍ୟୁତ୍‌ କାର୍ଯ୍ୟାଳୟ ସମ୍ମୁଖରେ ଅଞ୍ଚଳବାସୀଙ୍କ ବିକ୍ଷୋଭ

ଦିଗପହଣ୍ଡି,୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗ୍ରାମ ଗଣିଆ ସାହିରେ ଗତ ୨ ଦିନ ପୂର୍ବେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡ଼ିଯାଇଛି। ଫଳରେ ବିଦ୍ୟୁତ ସରବରାହ ବନ୍ଦ ରହିବା ସହ ଅନ୍ଧକାରରେ ବିତୁଛି ସାହି ବାସିନ୍ଦାଙ୍କ ଜୀବନ। ସନ୍ଧ୍ୟା ହେଲେ ସାହି ରାସ୍ତା ସମ୍ପୂର୍ଣ୍ଣ ଅନ୍ଧକାର ହୋଇ ପଡ଼ିଥିଲେ ବିଦ୍ୟୁତ୍‌ ବିଭାଗର କୌଣସି ଅଧିକାରୀ କିମ୍ବା କର୍ମଚାରୀ ଅଚଳ ଟ୍ରାନ୍ସଫର୍ମର ମରାମତି କରୁ ନ ଥିବାରୁ ବୁଧବାର ସକାଳେ ଉତ୍ତେଜିତ ସାହି ବାସିନ୍ଦା ବମକୋଇ ଗ୍ରାମସ୍ଥିତ ଟିପିଏସ୍‌ ଓଡିଏଲ ଟାଟା ପାଓ୍ବାର ଦେଓଖାଳି ଗ୍ରାମ ବିଦ୍ୟୁତ୍‌ ସେକ୍ସନ କାର୍ଯ୍ୟାଳୟରେ ପହଞ୍ଚି ଅଚଳ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ମରାମତି କରି ତୁରନ୍ତ ବିଦ୍ୟୁତ୍‌ ସରବରାହ ଯୋଗାଇଦେବା ଦାବିରେ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଦସ୍ତଖତ ସମ୍ବଳିତ ଦାବିପତ୍ର ଉପସ୍ଥିତ କନିଷ୍ଠ ଯନ୍ତ୍ରୀ ଇଂ.ଅମୃତ ନାହାକଙ୍କୁ ପ୍ରଦାନ କରିଥିଲେ। ଅଧିକ ଲୋଡିଂ ଯୋଗୁ ଟ୍ରାନ୍ସଫର୍ମରଟି ପୋଡ଼ି ଯାଇଥିଲା। ସନ୍ଧ୍ୟାରେ ବିଦ୍ୟୁତ୍‌ ବିଭାଗ କର୍ମଚାରୀମାନେ ଗ୍ରାମରେ ପହଞ୍ଚି ୧ ଶହ କେ. ଭି କ୍ଷମତାର ନୂଆ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସଂଯୋଗ କରି ବିଦ୍ୟୁତ ସରବରାହ ଚାଲୁ କରିଥିବା କନିଷ୍ଠ ଯନ୍ତ୍ରୀ କହିଛନ୍ତି। ଏନେଇ ଦିଗପହଣ୍ଡି ବିଦ୍ୟୁତ୍‌ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ହରିହର ଦତ୍ତଙ୍କୁ ପଚାରିବାରୁ ଅଭିଯୋଗ ପାଇବା ପରେ ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ ସମସ୍ୟା ସମାଧାନ କରାଯାଇଥିବା ଜଣାଇଛନ୍ତି। ଅପରପକ୍ଷରେ ଚୌଧୁରୀ ଟିକରପଡ଼ା ଗାଁରେ ବହୁ ସଂଖ୍ୟକ ବିଦ୍ୟୁତ ଉପଭୋକ୍ତା ବିଦ୍ୟୁତ୍‌ ଚୋରି କରୁଥିବା ଅଭିଯୋଗ ହୋଇଥିଲା। ବିଦ୍ୟୁତ୍‌ ଭିଜିଲାନ୍ସ ଟିମ୍‌ ଗାଁରେ ଚଢ଼ାଉ କରି ୧୨୮ ଉପଭୋକ୍ତାଙ୍କ ବିଦ୍ୟୁତ୍‌ ମିଟର ଟାମ୍ପରିଂ ଧରିବା ସହ ଜରିମାନା ଧାର୍ଯ୍ୟ କରିଥିଲେ। ପରବର୍ତ୍ତୀ ଅବସ୍ଥାରେ ବିଦ୍ୟୁତ୍‌ ବିଭାଗ ଜରିମାନା ୩୦ ପ୍ରତିଶତ ହ୍ରାସ କରିଥିଲେ ମଧ୍ୟ ବହୁ ସଂଖ୍ୟକ ଉପଭୋକ୍ତା ଜରିମାନା ପୈଠ କରି ନ ଥିବା ବିଦ୍ୟୁତ ବିଭାଗ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri