ଟ୍ରାନ୍ସଫର୍ମର ଅଚଳ: କ୍ଷତି ସହିବେ ଚାଷୀ

ନୂଆପଡ଼ା,୨୨ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ କୁରୁମପୁରି ପଞ୍ଚାୟତ ଦିଆମୁଣ୍ଡା ଗାଁର ଚାଷୀଙ୍କ ଚାଷଜମିରେ ବସାଯାଇଥିବା ଟ୍ରାନ୍ସଫର୍ମର ପୋଡ଼ିଯିବାରୁ ନୂତନ ଟ୍ରାମ୍ସଫର୍ମର ସ୍ଥପାନ ପାଇଁ ବୁଧବାର ସେମାନେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ ଦର୍ଶାଯାଇଛି, ଦିଆମୁଣ୍ଡା ଗାଁର ମକୁନ୍ଦ ଧରୁଆ, ବିଶିରାମ ଧରୁଆ, ସେତାମ୍ବର ମାଝି, ନରେଶ ଧରୁଆ, ଡିକନଲାଲ ଧରୁଆ, ବଲେଚନ ମାଝି ଓ ଟିକେଶ୍ୱର ମାଝି ଉଠା ଜଳସେଚନ ବିଭାଗରୁ ଗଭୀର ନଳକୂପ ଖନନ କରାଇ ଚାଷ କରିଆସୁଛନ୍ତି। ଚଳିତ ରବିଋତୁରେ ପାଖାପାଖି ୨୫ ଏକର ଜମିରେ ଧାନ ଚାଷ କରିଛନ୍ତି। ଗତ ୧୫ ତାରିଖରେ କୌଣସି କାରଣରୁ ଟ୍ରାନ୍ସଫର୍ମର ପୋଡିଯିବାରୁ ଜମିରେ ପାଣି ମଡାଇବା ସମ୍ଭବ ହେଉନାହିଁ। ଅନ୍ୟ କୌଣସି ବିକଳ୍ପ ବ୍ୟବସ୍ଥା ନ ଥିବାରୁ ଧାନ ମରିବାକୁ ବସିଲାଣି। ବର୍ତ୍ତମାନ ଧାନ ଅମଳ ସମୟ ହୋଇଥିବାରୁ ବହୁତ କ୍ଷତି ସହିବାକୁ ପଡିବ। ଏ ନେଇ ବିଦ୍ୟୁତ୍‌ ବିଭାଗ କୁରୁମପୁରି ସେକ୍ସନ ଜେଇ ଓ ନୂଆପଡା ଏସ୍‌ଡିଓଙ୍କୁ ଅନେକ ଥର ଜଣାଇଥିଲେ ମଧ୍ୟ ସୁଫଳ ନ ମିଳିବାରୁ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସପ୍ତାହ ଭିତରେ ଟ୍ରାନ୍ସଫର୍ମର ସ୍ଥାପନ ନ ହେଲେ ଧାନ ସମ୍ପୂର୍ଣ୍ଣ ମରିଯିବ। ତେଣୁ ତୁରନ୍ତ ଟ୍ରାନ୍ସଫର୍ମର ବସାଯାଉ ବୋଲି ଦାବି କରିଛନ୍ତି। ଏହି ସମୟରେ ଚାଷୀ ନେତା ଭକ୍ତବନ୍ଧୁ ଧରୁଆଙ୍କ ସମେତ ସମସ୍ତ ଚାଷୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri