ମୁକୁଳା ଟ୍ରାନ୍ସଫର୍ମର ହେଲା କାଳ: ଚାଲିଗଲା ଜୀବନ

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ବିଦ୍ୟୁତ ବିଭାଗର ଅବହେଳା ଯୋଗୁ ଅକାରଣେ ଚାଲିଗଲା ଯୁବକଙ୍କ ଜୀବନ। ଏଭଳି ଏକ ଅଭିଯୋଗ ହୋଇଛି କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧମୁଣ୍ଡା ଗାଁରେ। ପ୍ରାତଃଭ୍ରମଣରୁ ଫେରିବା ବେଳେ ବିଦ୍ୟୁତ ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟ ଘଟିଛି। ଅନ୍ୟପଟେ କ୍ଷତିପୂରଣ ଦାବିରେ ମୃତଦେହ ରଖି ପରିବାରବର୍ଗ ଗ୍ରାମବାସୀ ୨୬ ନମ୍ବର ଜାତୀୟ ରାଜପଥକୁ ଦୀର୍ଘ ୬ ଘଣ୍ଟା ଧରି ଅବରୋଧ କରିଥିଲେ। ପରେ ପ୍ରଶାସନ ଓ ବିଦ୍ୟୁତ୍‌ ବିଭାଗର ପ୍ରତିଶ୍ରୁତି ପରେ ରାସ୍ତାରୋକ ହଟିଥିଲା।
ସୂଚନାଯୋଗ୍ୟ, ଗାଁର ଲକ୍ଷ୍ମଣ ଗୌଡ଼ ପ୍ରାତଃଭ୍ରମଣରେ ଯାଇ ଘରକୁ ଫେରିବା ସମୟରେ କିଛି ବୁଲା କୁକୁର ତାଙ୍କ ଆଡକୁ ଦୌଡ଼ି ଆସିଥିଲେ। ଏହି ସମୟରେ ଘନ କୁହୁଡି ଯୋଗୁ ରାସ୍ତାକୁ ଲାଗି ରହିଥିବାମୁକୁଳା ଟ୍ରାନ୍ସଫର୍ମର ଆଡକୁ ସେ ଚାଲି ଯାଇଥିଲେ। ଫଳରେ ଟ୍ରାନ୍ସଫର୍ମର ତାର ସଂସ୍ପର୍ଶରେ ଆସି ସେ ଗୁରୁତର ହୋଇଥିଲେ।
ପରିବାର ଲୋକେ ଖବରପାଇ ତାଙ୍କୁ ପାଷ୍ଟିଗୁଡି ମେଡ଼ିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ପରିବାର ଓ ଗ୍ରାମବାସୀ ମୃତଦେହକୁ ମେଡିିକାଲରୁ ଆଣି
ଜାତୟ ରାଜପଥ ୨୬ ପାଷ୍ଟିଗୁଡି ଛକ ନିକଟରେ ରଖି ରାସ୍ତା ଅବରୋଧ କରିଥିଲେ। ଟ୍ରାନ୍ସଫର୍ମର ସ୍ଥାନ ପରିବର୍ତ୍ତନ ଓ ମୃତ ଯୁବକଙ୍କ ପରିବାରକୁ ୧୦ ଲକ୍ଷ୍ୟ ଟଙ୍କା କ୍ଷତିପୂରଣ ନ ଦେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି ଚେତାବନୀ ଦେଇଥିଲେ। ୬ ଘଣ୍ଟା ଧରି ରାସ୍ତା ଅବରୋଧ ଫଳରେ ଳରେ ରାସ୍ତାର ଉଭୟ ପାର୍ଶରେ ଶହ ଶହ ଯାନବାହନ ଅଟକି ରହିଥିଲା। ବରଗଡ଼, ବୋରିଗୁମ୍ମା, ବିଶାଖାପାଟଣା, ରାୟପୁରକୁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri