ଟ୍ରାନ୍ସଫର୍ମର ପୋଡ଼ି ୨ ଗାଁ ଅନ୍ଧାର

ବଇଣ୍ଡା, ୨୬।୧୦(ଡି.ଏନ୍‌.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର କୁଡ଼ାସାହି ଓ ବାଲିସାହିକୁ ବିଦ୍ୟୁତ୍‌ ଯୋଗାଉଥିବା ୬୩ କେଭି କ୍ଷମତା ବିଶିଷ୍ଟ ଟ୍ରାନ୍ସଫର୍ମର ୫ଦିନ ହେଲା ପୋଡ଼ିଯାଇଛି। ଫଳରେ ସମ୍ପୃକ୍ତ ୨ ଗ୍ରାମର ବାସିନ୍ଦା ଅନ୍ଧାରରେ ଦିନ କାଟୁଛନ୍ତି। ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ ସତ୍ତ୍ୱେ ପଦକ୍ଷେପ ନିଆଯାଉ ନ ଥିବାରୁ ଏହାର ପ୍ରତିବାଦରେ ଅଞ୍ଚଳବାସୀ ମଙ୍ଗଳବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗପତ୍ରର ନକଲ ଆଠମଲ୍ଲିକ ବିଧାୟକ, ଟିପିସିଓଡିଏଲ୍‌ର ପଦସ୍ଥ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି।
ଗ୍ରାମବାସୀ ଅଭିଯୋଗରେ ଉଲ୍ଲେଖ କରିଛନ୍ତି, ଦୁଇ ଗ୍ରାମରେ ୨୦୦ ଉପଭୋକ୍ତା ରହିଛନ୍ତି। ଉକ୍ତ ଟ୍ରାନ୍ସଫର୍ମର ଉପରେ ଅତିରିକ୍ତ ଚାପ ପଡୁଛି। ସେହି ସ୍ଥାନରେ ୧୦୦ କେଭିର ଏକ ଟ୍ରାନ୍ସଫର୍ମର ଲଗାଇବା ପାଇଁ ଗ୍ରାମବାସୀ ବିଦ୍ୟୁତ୍‌ କାର୍ଯ୍ୟାଳୟରେ ଅଭିଯୋଗ କରିବା ସତ୍ତ୍ୱେ ସୁଫଳ ମିଳୁନାହିଁ। ଫଳରେ ଚାପ ସମ୍ଭାଳି ନ ପାରି ଟ୍ରାନ୍ସଫର୍ମର ପୋଡ଼ିଯାଇଛି। ଏହାପରେ ଗ୍ରାମବାସୀ, ଛାତ୍ରୀଛାତ୍ର ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଉଭୟ ଗ୍ରାମର ଉପଭୋକ୍ତାଙ୍କ ହିତ ଦୃଷ୍ଟିରୁ ଦାବି ପୂରଣ କରିବା ଲାଗି ଜୟନ୍ତ ପ୍ରଧାନ, ଭୁବନ ଜେନା, ବ୍ରହ୍ମା ପ୍ରଧାନ, ହୃଷୀକେଶ ବେହେରା, ଶ୍ରୀପତି ବେହେରା, ପ୍ରତାପ ପ୍ରଧାନ, ସୁଧାକର ପ୍ରଧାନ, ପବିତ୍ର ଦେହୁରୀ ଦାବି କରିଛନ୍ତି l ଏ ନେଇ ବଇଣ୍ଡା ବିଦ୍ୟୁତ୍‌ ବିଭାଗ କନିଷ୍ଠ ଯନ୍ତ୍ରୀ ପଙ୍କଜ ଖିଲାର କୁହନ୍ତି, ଟ୍ରାନ୍ସଫର୍ମର ପୋଡ଼ିଯିବା ସମ୍ପର୍କରେ ଅବଗତ ଅଛୁ। ଖୁବ୍‌ଶୀଘ୍ର ନୂତନ ଟ୍ରାନ୍ସଫର୍ମର ଲଗାଇବା ଉପରେ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri