ବିପଦ ସାଜିଛି ଟ୍ରାନ୍ସଫର୍ମର

ପାରଳାଖେମୁଣ୍ଡି, ୨୩ା୧(ଡି.ଏନ୍‌.ଏ):ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗାରବନ୍ଧ ଗ୍ରାମରେ ଥିବା ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସ୍ଥାନାନ୍ତର କରିବା ପାଇଁ ଦାବି ହୋଇଛି। ଏହି ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ମୁଖ୍ୟ ରାସ୍ତା ତଥା ଗାରବନ୍ଧ ଗ୍ରାମର ମୁଖ୍ୟ ବଜାର ଅଞ୍ଚଳରେ ରହିଥିବାରୁ ଯାତାୟାତରେ ନାନା ସମସ୍ୟା ଉପୁଜୁଥିବା ବେଳେ ବିଭିନ୍ନ ସମୟରେ ଦୁର୍ଘଟଣାମାନ ଘଟୁଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଗ୍ରାମର ମଧ୍ୟଭାଗର ରାସ୍ତାକୁ ଲାଗି ଟ୍ରାନ୍ସଫର୍ମର ରହିଥିବାରୁ ଯାନବାହନ ଯାତାୟାତ କିମ୍ବା ଭିଡ ଜମିଗଲେ ଟ୍ରାଫିକ ସମସ୍ୟା ଉପୁଜିବା ସହ ବିଭିନ୍ନ ସମସ୍ୟା ଦେଖାଦେଉଛି। ଏନେଇ ଗାରବନ୍ଧ ସମିତି ସଭ୍ୟ କେ.ଭେଙ୍କଟରାବଣା କହିଛନ୍ତି ଯେ, ଉକ୍ତ ସମସ୍ୟାକୁ ନେଇ ଆମ୍ଭେ ଜନପ୍ରତିନିଧି ହିସାବରେ ସମିତି ବୈଠକରେ ବାରମ୍ବାର ଉପସ୍ଥାପନ କରିଛୁ । ହେଲେ କୌଣସି ଦୃଷ୍ଟି ନିକ୍ଷେପ କରୁନଥିବାର ଜଣାଇଛନ୍ତି । ସେହିଭଳି ଏନ. ଦଶରଥ ରାଓ, ଆର୍‌.ଭୂପତି, କେ.ଗୋବିନ୍ଦା, ଏସ. ନୀଳକଣ୍ଠ, ଇ.ଲକ୍ଷ୍ମୀ ନାରାୟଣା, ସୁବାସ ଶବର, ପାର୍ଥ ଦାସ, ଟିଭି ରାମଣା, ଚକ୍ରବର୍ତ୍ତୀ ପାଣିଗ୍ରାହୀ, ଏସ.ଆନନ୍ଦ ରାଓ, ପି.ତିରୁପତି ରାଓ, ବି. କିଶୋର କୁମାର ଟ୍ରାନ୍ସଫର୍ମର ଯୋଗୁ ମୁଖ୍ୟରାସ୍ତାର ପ୍ରଶସ୍ତୀକରଣ ହୋଇପାରୁ ନଥିବା ବେଳେ ଗ୍ରାମରେ ଡ୍ରେନେଜ ବ୍ୟବସ୍ଥା ହୋଇପାରୁ ନଥିବା କହିଛନ୍ତି। ତେଣୁ ଉକ୍ତ ଟ୍ରାନ୍ସଫର୍ମକୁ ସ୍ଥାନାନ୍ତର କରିବା ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri