ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା ବେଳେ ମଙ୍ଗଳବାର ସକାଳେ ଗୋଟିଏ ଗୋଷ୍ଠୀର ୪ ଜଣ କିନ୍ନରଙ୍କୁ ଆକ୍ରମଣ ସହ ଚୁଟି କାଟି ଦେଇଛନ୍ତି । ଏପରିକି ସେମାନଙ୍କ ଠାରୁ ଟଙ୍କା ସୁନା ଅଳଙ୍କାର ଲୁଟି ନେଇଥିବା ଟାଉନ ଥାନାରେ ଅଭିଯୋଗ ହୋଇଛି ।

ସୂଚନା ମୁତାବକ ଭଦ୍ରକ ଚରମ୍ପାରେ ରହୁଥିବା ଶ୍ରାବଣୀ କିନ୍ନର ଓ ସଞ୍ଜନା ସାସମଲ କିନ୍ନର ୨ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗି ରହିଛି । ପୂର୍ବରୁ ମଧ୍ୟ ଟାଉନ ଥାନାରେ ଉଭୟଙ୍କ ବିରୋଧରେ ଅଭିଯୋଗ ସହ ମାମଲା ରୁଜୁ ହୋଇଛି । ମଙ୍ଗଳବାର ସକାଳେ ଶ୍ରାବଣୀ ଗୋଷ୍ଠୀର ୪ ଜଣ ଘରକୁ ଫେରୁଥିବା ବେଳେ ଚରମ୍ପା ଡଗରା ସାହି ନିକଟରେ ସଞ୍ଜନା ଗୋଷ୍ଠୀର କିଛି କିନ୍ନର ଓ କିଛି ଯୁବକ ତାଙ୍କୁ ଆକ୍ରମଣ କରି ଟଙ୍କା ସୁନା ଛଡାଇ ନେଇଛନ୍ତି ଓ ଚୁଟି ମଧ୍ୟ କାଟି ଦେଇଛନ୍ତି । ଏନେଇ ଶ୍ରାବଣୀ ଗୋଷ୍ଠୀର କିନ୍ନର ମାନେ ଭଦ୍ରକ ଟାଉନ ଥାନାରେ ପହଞ୍ଚି ଅଭିଯୋଗ କରିବା ସହ ଅଭିଯୁକ୍ତଙ୍କୁ ଗିରଫ ପାଇଁ ପାଟିତୁଣ୍ଡ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri