କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ ଜଣେ କିନ୍ନରଙ୍କୁ ହତ୍ୟା କରାଯାଇଥିଲା । ତେବେ ବୁଧବାର ରାତିରେ ଓଭରବ୍ରିଜ ନିକଟ ନାଇରା ପେଟ୍ରୋଲ ପମ୍ପ ନିକଟରେ କୋଣାର୍କ ଅଞ୍ଚଳର ଅଭିଯୁକ୍ତ କ୍ରିଷ୍ଣା କାଣ୍ଡିକୁ ଏନ୍‌କାଉଣ୍ଟର କରିଛି ପୋଲିସ ।

ଖବର ଅନୁସାରେ, ପିପିଲି ପୋଲିସ କ୍ରିଷ୍ଣାଙ୍କ ପିଛା କରୁଥିବା ବେଳେ ସେ ପୋଲିସ ଉପରକୁ ଗୁଳି ମାଡ଼ କରିଥିଲା । ଫଳରେ ପିପିଲି ଆଇଆଇସି ପାଲଟା ଏନକାଉଣ୍ଟର କରିଥିଲା । ଅଭିଯୁକ୍ତଙ୍କ ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ସେ ଆହତ ହୋଇଥିଲା ।  ପୋଲିସ ଅଭିଯୁକ୍ତଙ୍କୁ ପ୍ରଥମେ ପିପିଲି ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ କଟକ ସ୍ଥାନାନ୍ତର କରାଯାଇଛି । ଅଭିଯୁକ୍ତ ଜଣେ ଅଭ୍ୟାସଗତ ଅପରାଧୀ ଏବଂ ପୂର୍ବରୁ ବିଭିନ୍ନ ଥାନାରେ ପଞ୍ଜିକୃତ ଅନେକ ଛିନତାଇ ମାମଲାରେ ଜଡିତ ଥିବା ପୋଲିସ ପକ୍ଷରୁ କୁହାଯାଇଛି ।

ସୂଚନାଯୋଗ୍ୟ ଯେ, ମୃତ କିନ୍ନର ହେଲେ କଟକ ଜିଲା ସାଲେପୁର ଅଞ୍ଚଳର ଦିନେଶ ଓରଫ୍‌ ସୋନାକ୍ଷୀ। ସେ ଭୁବନେଶ୍ୱରରେ ଭଡ଼ାଘରେ ରହୁଥିଲେ। ୧ ତାରିଖ ରାତି ପ୍ରାୟ ୮ଟାରେ ସୋନାକ୍ଷୀ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିରହିଥିଲେ। କିଛି ସମୟ ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଅନ୍ୟ ସହଯୋଗୀମାନେ ଦେଖି ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ରେକର୍ଡ ସଂଖ୍ୟକ ଡଲଫିନ: ୫ ବର୍ଷରେ ସର୍ବାଧିକ

ଭୁବନେଶ୍ୱର,୧୧।୨: ଗତ ୫ ବର୍ଷରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବାଧିକ ଡଲଫିନ ଦେଖିବକୁ ମିଳିଛି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କରାଯାଇଥିବା ଡଲଫିନ ଗଣନାରୁ ଏହା ଜଣାପଡ଼ିଛି।…

୨୦୨୫-୨୬ ଆର୍ଥିକ ବର୍ଷରେ କମିପାରେ ପ୍ରତ୍ୟକ୍ଷ କର ସଂଗ୍ରହ, ଚିନ୍ତାରେ ସରକାର

ନୂଆଦିଲ୍ଲୀ,୧୧।୨: ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ମାତ୍ର କିଛି ସପ୍ତାହ ବାକି ଥିବାବେଳେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ କ୍ଷେତ୍ରରେ ସରକାର ଏକ ବଡ଼ ଚ୍ୟାଲେଞ୍ଜର ସାମ୍ନା…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

ଅଷ୍ଟମ ବେତନ ଆୟୋଗ ଉପରେ ସରକାରଙ୍କ ଅପଡେଟ୍: ଏହିଦିନ ମିଳିପାରେ ରିପୋର୍ଟ

ନୂଆଦିଲ୍ଲୀ,୧୧।୨: କେନ୍ଦ୍ରୀୟ କର୍ମଚାରୀଙ୍କ ବହୁ ପ୍ରତିକ୍ଷିତ ଅଷ୍ଟମ ବେତନ ଆୟୋଗକୁ ନେଇ କେନ୍ଦ୍ର ସରକାର ରାଜ୍ୟସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ କହିଛନ୍ତି,…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri