ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ ଇଞ୍ଜେକ୍ସନ ଯୋଗୁ ନଗେନ ବାଘ (୨୭)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି କିନ୍ନର ସମାଜର ସଦସ୍ୟମାନେ ହସ୍ପିଟାଲ ପରିସରରେ ପହଞ୍ଚି ପ୍ରତିବାଦ କରିଥିଲେ।

ଆନ୍ଦୋଳନକାରୀମାନେ ନଗେନଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ, ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରି, ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ଅନ୍ୟ ହସ୍ପିଟାଲରେ ଶବ ବ୍ୟବଚ୍ଛେଦ ଏବଂ ଦୋଷୀ ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏଥିସହ ଜିଲା ମୁଖ୍ୟ ଚିକିତ୍ସାଳୟରେ କିନ୍ନରଙ୍କ ପାଇଁ ସ୍ବତନ୍ତ୍ର ୱାର୍ଡ ଓ ଟଏଲେଟ ନିର୍ମାଣ ପାଇଁ ମଧ୍ୟ ଦାବି କରିଥିଲେ। ଘଟଣାସ୍ଥଳରେ ଦେବଗଡ଼ ଥାନା ପୋଲିସ ପହଞ୍ଚି ଆନ୍ଦୋଳନକାରୀ କିନ୍ନରମାନଙ୍କୁ ବୁଝାଶୁଝା କରିଥିଲେ। ତେବେ ସେମାନେ ନିଜ ଦାବିରେ ଅଟଳ ରହିଥିଲେ।

ରାତି ପ୍ରାୟ ୧୧ଟା ସମୟରେ ଦେବଗଡ଼ ଥାନା ଅଧିକାରୀ ଶବ୍ୟସାଚୀ ଶତପଥୀ ଏବଂ ଦେବଗଡ଼ ତହସିଲଦାର କର୍ଣ୍ଣ ମଲ୍ଲିକଙ୍କ ଉପସ୍ଥିତିରେ ଜିଲା ମୁଖ୍ୟ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ମନୋରଞ୍ଜନ ସାମଲ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ଆନ୍ଦୋଳନକାରୀଙ୍କ ଦାବି ଅନୁଯାୟୀ ମୃତ ନଗେନଙ୍କ ଶବ ବ୍ୟବଚ୍ଛେଦ ପାଇଁ ବୁର୍ଲାକୁ ପଠାଯିବ ବୋଲି ହସ୍ପିଟାଲ ଅଧୀକ୍ଷକ ପ୍ରତିଶ୍ରୁତି ଦେଇଥିଲେ। ଏଥିସହ ରେଡକ୍ରସ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨୦ ହଜାର ଟଙ୍କା ଆର୍ଥିକ ସହାୟତା ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟରେ କିନ୍ନରଙ୍କ ପାଇଁ ସ୍ବତନ୍ତ୍ର ୱାର୍ଡ ସହ ଟଏଲେଟ ନିର୍ମାଣ ନେଇ ମଧ୍ୟ ପଦକ୍ଷେପ ନିଆଯିବ ବୋଲି କୁହାଯାଇଥିଲା।

ଏହାପରେ କିନ୍ନର ସମାଜ ପକ୍ଷରୁ ଆନ୍ଦୋଳନ ପ୍ରତ୍ୟାହାର କରାଯାଇଥିଲା। ନଗେନଙ୍କ ମୃତଦେହକୁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରସ୍ଥ ଶବାଗାରରେ ସଂରକ୍ଷିତ ରଖାଯାଇଥିଲା। ବୁଧବାର ଏହାକୁ ବ୍ୟବଚ୍ଛେଦ ପାଇଁ ବୁର୍ଲା ଡାକ୍ତରଖାନାକୁ ପଠାଯିବ ବୋଲି ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୂଚନା ଅନୁଯାୟୀ, ମୃତ ନଗେନ ବାଘଙ୍କ ଘର ଦେବଗଡ଼ ଥାନା ଅଞ୍ଚଳର ବାସୁଦେବପୁର ଗ୍ରାମରେ। ସେ ରମେଶ ବାଘଙ୍କ ସନ୍ତାନ। ଗତ କିଛି ବର୍ଷ ଧରି ସେ ଦେବଗଡ଼ ପୌର ପରିଷଦର ପରିମଳ ସେବାରେ ଅଟୋରିକ୍ସା ଚାଳକ ଭାବେ କାର୍ଯ୍ୟ କରୁଥିଲେ।

ଗତ କିଛିଦିନ ଧରି ଜ୍ୱରରେ ପୀଡ଼ିତ ଥିବା ନଗେନଙ୍କୁ ମଙ୍ଗଳବାର ପୂର୍ବାହ୍ନରେ ଚିକିତ୍ସା ପାଇଁ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

ତାଙ୍କ ମା’ଙ୍କ ଅଭିଯୋଗ ଅନୁଯାୟୀ, ଚିକିତ୍ସା ସମୟରେ ଇଞ୍ଜେକ୍ସନ ଦିଆଯିବାର କିଛି ସମୟ ପରେ ନଗେନଙ୍କ ଶରୀରର ବିଭିନ୍ନ ଅଙ୍ଗ କୁଣ୍ଡାଇ ହେବା ସହ ଫୁଲିଯାଇଥିଲା। ପରେ ତାଙ୍କର ରକ୍ତବାନ୍ତି ହୋଇଥିବା ଏବଂ ଶେଷରେ ମୃତ୍ୟୁ ଘଟିଥିବା ସେ ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି। ତେବେ ନଗେନଙ୍କ ମୃତ୍ୟୁର ପ୍ରକୃତ କାରଣ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?