Posted inଜାତୀୟ

ବିବାହର ପ୍ରଥମ ରାତିରେ ଘଟିଲା ଏମିତି ଘଟଣା: ସ୍ବାମୀ କହିଲେ, ମୋ ସହ ହୋଇଛି ଧୋକା

କାନପୁର,୨୦।୬: ଉତ୍ତରପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ରହୁଥିବା ଜଣେ ଦମ୍ପତି ନିଜ କିନ୍ନର ସନ୍ତାନକୁ ଶାସ୍ତ୍ରୀ ନଗରର ଜଣେ ଯୁବକଙ୍କୁ ବିବାହ କରିଥିଲେ। ବିବାହର ପ୍ରଥମ ରାତିରେ ଏହି ମିଥ୍ୟା ପ୍ରକାଶ ପାଇଥିଲା। ଶେଷରେ ବୋହୂ ତାଙ୍କ ବାପ ଘରକୁ ଫେରି ଯାଇଥିଲେ। ଏଥିସହିତ ଠକେଇର ଶିକାର ହୋଇଥିବା ବ୍ୟକ୍ତି ତାଙ୍କ ସ୍ତ୍ରୀ, ଶାଶୁ ଏବଂ ମଧ୍ୟସ୍ଥିଙ୍କ ସମେତ ୮ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି। ଶାସ୍ତ୍ରୀ ନଗରର ବାସିନ୍ଦା ପୀୟୁଷ କହିଛନ୍ତି ଯେ, ସେ ୨୮ ଏପ୍ରିଲ ୨୦୨୧ରେ ପନକି ନିବାସୀ ଜଣେ ଯୁବତୀଙ୍କୁ ବିବାହ କରିଥିଲେ। ଜନ୍ମରୁ ଯୁବତୀ ଜଣଙ୍କ ଟ୍ରାନ୍ସଜେଣ୍ଡର ଥିଲେ ଏବଂ ତାଙ୍କ ପରିବାର ସଦସ୍ୟ ଏହା ଜାଣିଥିଲେ। ଏହା ପରେ ମଧ୍ୟ ବିଜୟ ନଗରର ବାସିନ୍ଦା ସତ୍ୟଦେବ ଚୌଧୁରୀ ଏହି ବିବାହ ପାଇଁ ମଧ୍ୟସ୍ଥ ହୋଇ ଉଭୟଙ୍କ ବିବାହ କରିଥିଲେ। ବିବାହ ପରେ ଯେତେବେଳେ ସତ୍ୟ ପଦାକୁ ଆସିଲା, ସେତେବେ ପୁଅ ଘର ପରିବାର ଆଶ୍ଚର୍ଯ୍ୟ ହୋଇଗଲୋ। ସମ୍ପୃକ୍ତ ଯୁବତୀ ନିଜେ କହିଛି ଯେ ସେ ବିବାହ କରିବାକୁ ଚାହୁଁ ନ ଥିଲେ। କିନ୍ତୁ ପରିବାର ଏହି ସତ୍ୟକୁ ଲୁଚାଇ ଜବରଦସ୍ତ ବିବାହ କରିଥିଲେ।
ପୋଲିସ ଷ୍ଟେଶନ ଦାୟିତ୍ୱରେ ଥିବା କୁଞ୍ଜ ବିହାରୀ ମିଶ୍ର କହିଛନ୍ତି ଯେ, ଏହି ମାମଲାର ତଦନ୍ତ ଆରମ୍ଭ ହୋଇଛି। କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ପରାମର୍ଶ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌…

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri