ପୋଲିସ ଚାକିରି କରିବେ କିନ୍ନର

ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଯୋଗ୍ୟ ପ୍ରାର୍ଥୀଙ୍କଠାରୁ ଦରଖାସ୍ତ ଆହ୍ବାନ କରାଯାଇଛି। ତେବେ ଏହି ସବୁ ପଦବୀ ପାଇଁ ଏଥର କିନ୍ନରମାନେ ମଧ୍ୟ ଆବେଦନ କରିପାରିବେ ବୋଲି ପୋଲିସ ମହାନିର୍ଦ୍ଦେଶକ ଅଭୟ ସୂଚନା ଦେଇଛନ୍ତିି। ବିଜ୍ଞପ୍ତି ଅନୁଯାୟୀ ଆସନ୍ତା ୨୨ଠାରୁ ଜୁଲାଇ ୧୫ତାରିଖ ମଧ୍ୟରେ ଇଚ୍ଛୁକ ପ୍ରାର୍ଥୀମାନେ ଅନ୍‌ଲାଇନ ଜରିଆରେ ଆବେଦନ କରିପାରିବେ। ଯେଉଁମାନେ ଏସ୍‌ଆଇ ପଦବୀ ପାଇଁ ଆବେଦନ କରିବେ ସେମାନଙ୍କ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ପାସ୍‌ ହୋଇଥିବ ଓ ୨୦୨୧ ଜାନୁୟାରୀ ୧ତାରିଖ ସୁଦ୍ଧା ସେମାନଙ୍କ ବୟସ ୨୧ରୁ ୨୫ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ। ତେବେ ଅନୁସୂଚିତ ଜାତି/ଜନଜାତି, ଏସ୍‌ଇବିସି ଓ ମହିଳାଙ୍କ ପାଇଁ ବୟସ ସୀମାକୁ ୫ବର୍ଷ କୋହଳ କରାଯାଇଛି। ଏଥର ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ କରାଯାଇଥିବା ଡିଜି କହିଛନ୍ତି। ଗୋଟିଏ ଲିଖିତ ପରୀକ୍ଷା ହେବ ଓ ସେଥିରେ ମଲ୍‌ଟିପୁଲ୍‌ ଚଏସ୍‌ ପ୍ରଶ୍ନ ରହିବ। ସେହିପରି କମ୍ୟୁନିକେଶନ କନଷ୍ଟେବଳ ପାଇଁ ଆବେଦନ କରିବାକୁ ଥିବା ପ୍ରାର୍ଥୀଙ୍କ ବୟସ ୨୦୨୧ ଜାନୁୟାରୀ ୧ ତାରିଖ ସୁଦ୍ଧା ବୟସ ୧୮ରୁ ୨୩ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ ା କମ୍ୟୁନିକେଶନ କନଷ୍ଟେବଳ ପଦବୀ ପାଇଁ ପ୍ରାର୍ଥୀଙ୍କ ସର୍ବନିମ୍ନ ଯୋଗ୍ୟତା ଯୁକ୍ତ ୨ ପାସ୍‌ ରହିଥିବ ଏବଂ ରାଜ୍ୟ ସରକାରଙ୍କ ଯେ କୌଣସି ସ୍ବୀକୃପ୍ତିପ୍ରାପ୍ତ ଅନୁଷ୍ଠାନରୁ କମ୍ପ୍ୟୁଟର ଆପ୍ଲିକେଶନରେ ଡିପ୍ଲୋମା କରିଥିବା ଆବଶ୍ୟକ। ଏଥିସହ ସେମାନଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷା ଦେବାକୁ ପଡ଼ିବ ବୋଲି ଡିଜିପି ଅଭୟ ସୂଚନା ଦେଇଛନ୍ତି। ଓଡ଼ିଶା ପୋଲିସରେ ଯୋଗଦେଇ ସମାଜର ସେବା କରିବାକୁ ଆଗେଇ ଆସିବା ପାଇଁ ଡିଜି ଯୁବବର୍ଗଙ୍କୁ ଆହ୍ବାନ ଦେଇଛନ୍ତି। ଓଡ଼ିଶା ପୋଲିସ ସେବାରେ ପ୍ରଥମ ଥର ପାଇଁ କିନ୍ନରମାନଙ୍କୁ ଆବେଦନ କରିବାକୁ ସୁଯୋଗ ମିଳିଥିବାରୁ କିନ୍ନର ସମାଜ ବେଶ୍‌ ଉସତ୍ାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri