ବେନ୍ଦାଳିଆରେ ଚାଷୀ କରୋନା ସଂକ୍ରମିତ: ଘର କାନ୍ଥରେ ଲାଗିଲା କୋଭିଡ଼-୧୯ ସମ୍ପର୍କିତ ପେପର

ବ୍ରହ୍ମପୁର ଅଫିସି,୬।୭: ଗଞ୍ଜାମ ଜିଲା କୁକୁଡଡାଖଣ୍ଡି ବ୍ଲକ ଅନ୍ତର୍ଗତ ଲାଠୀ ପଞ୍ଚାୟତର ବେନ୍ଦାଳିଆ ଗ୍ରାମର ଜଣେ ଚାଷୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଘଟଣା ଜଣାପଡ଼ିବା ପରେ ସୋମବାର କୁକୁଡ଼ାଖଣ୍ଡି ତହସିଲଦାର ଡ. ଇପ୍‌ସିତା ପ୍ରିୟଦର୍ଶିନୀ ମିଶ୍ର ଉକ୍ତ ଗ୍ରାମରେ ପହଞ୍ଚି ଲୋକମାନଙ୍କୁ ସଚେତନ କରିଛନ୍ତି । ସମ୍ପୃକ୍ତ ଚାଷୀଙ୍କ ଘରେ ଥିବା ତାଙ୍କ ସ୍ତ୍ରୀ ଓ ଝିଅଙ୍କୁ ଗୃହ ସଂଗରୋଧରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଏହା ସହ ତାଙ୍କ ଘର କାନ୍ଥରେ କୋଭିଡ଼ -୧୯ ସମ୍ପର୍କିତ ଏକ ପେପର ଛପାଇ ଦେଇଛନ୍ତି। ସେହିପରି ସଂକ୍ରମିତ ବ୍ୟକ୍ତି ଜଣଙ୍କ କାହା ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କର କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ଆଶା କର୍ମୀ ଓ ଡାକ୍ତରୀ ଦଳ କାମ ଆରମ୍ଭ କରୁଥିବା ସେ ସୂଚନା ଦେଇଛନ୍ତି । ଅଗ୍ନିଶମ ବାହିନୀ ଗ୍ରାମରେ ପହଞ୍ଚି ସାରା ଗାଁ ବିଶୋଧନ କରିଛି। ତହସିଲଦାର ଗ୍ରାମବାସୀଙ୍କୁ ଗାଁ ବାହାରକୁ ନ ଯିବାକୁ ପରାମର୍ଶ ଦେଇଛନ୍ତି। ଅନ୍ୟପଟେ ଚାଷୀଙ୍କ ପରିବାର ଲୋକ ବାହାରକୁ ନ ଯିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି। ସେମାନଙ୍କ ଆବଶ୍ୟକ ପ୍ରତ୍ୟେକ ସାମଗ୍ରୀ ପଞ୍ଚାୟତ ତରଫରୁ ଯୋଗାଇଦିଆଯିବ ବୋଲି ତହସିଲଦାର କହିଛନ୍ତି ।
ସୂଚନାନୁଯାୟୀ, ସମ୍ପୃକ୍ତ ଚାଷୀ ଫସଲ ନେଇ ବ୍ରହ୍ମପୁର ବଡ଼ବଜାର ଅଞ୍ଚଳରେ ବିକ୍ରି କରୁଥିଲେ। ଗତ ଶୁକ୍ରବାର ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଏମ୍‌କେସିଜି ମେଡିକଲର ସଂଘରୋଧ କକ୍ଷରେ ଭର୍ତ୍ତି କରାଯାଇଥିଲା । ତାଙ୍କର ସ୍ବାବ ପରୀକ୍ଷା ପରେ ରବିବାର ତାଙ୍କ ରିପୋର୍ଟ ପଜିଟିଭ ଆସିବାରୁ ତାଙ୍କୁ ସିତଳାପଲ୍ଲୀସ୍ଥିତ କୋଭିଡ଼-୧୯ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ସେହିପରି ମେଡିକାଲରେ ତାଙ୍କ ପାଖରେ ଥିବା ତାଙ୍କର ୨ ପୁଅ ଏବେ ସଂଗରୋଧରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri