୩୧ଯାଏ ଖୋର୍ଦ୍ଧା ସହରର ପ୍ରମୁଖ ରାସ୍ତା, ଛକ ସିଲ

ଖୋର୍ଦ୍ଧା ଅଫିସ,୬ା୭ : ରାଜ୍ୟରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଉଦ୍‌ବେଗଜନକ ରହିଛି। ଅନ୍ୟପଟେ କେତେଜଣ ଅମାନିଆ ବିନା ମାସ୍କରେ ବୁଲୁଥିବା ବେଳେ ସାମାଜିକ ଦୂରତା ଏବଂ କୋଭିଡ-୧୯ ଗାଇଡଲାଇନକୁ ଖୋଲା ଉଲ୍ଲଂଘନ କରୁଛନ୍ତି। ଫଳରେ ଗୋଷ୍ଠୀ ସଂକ୍ରମଣ ବ୍ୟାପିବା ଆଶଙ୍କା ସୃଷ୍ଟି ହୋଇଛି। ଏନେଇ ଜିଲା ପ୍ରଶାସନ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି।
ସୋମବାର ପୁଣି ଥରେ ଖୋର୍ଦ୍ଧା ସହରର ପ୍ରମୁଖ ଜନହଗହଳି ସ୍ଥାନକୁ ବ୍ୟାରିକେଟ ବୁଲାଇ ସିଲ୍‌ କରାଯାଇଛି। ଜନସ୍ବାର୍ଥ ଏବଂ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ କୋଭିଡ ଗାଇଡଲାଇନକୁ କଡାକଡି କରାଯାଇଛି ବୋଲି ଜିଲାପାଳ ଶିତାଂଶୁ କୁମାର ରାଉତ କହିଛନ୍ତି। ଗତ ମାର୍ଚ୍ଚ, ଏପ୍ରିଲ ଏବଂ ମଇ ମାସ ଶେଷ ପର୍ଯ୍ୟନ୍ତ ଜନସାଧାରଣ କୋଭିଡ ଗାଇଡଲାଇନକୁ ପାଳନ କରୁଥିବା ବେଳେ ଜୁନ୍‌ ପହିଲା ଅନଲକ୍‌ ତଥା ନିୟମ କୋହଳ ହେବା ପରେ ଲୋକେ ଏହାକୁ ଖୋଲା ଉଲ୍ଲଂଘନ କରୁଛନ୍ତି। କେହି ନିୟମ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଏଣୁ ଅମାନିଆଙ୍କୁ ସାବଡ କରିବା ତଥା ଲୋକଙ୍କ ହିତ ଦୃଷ୍ଟିରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ପ୍ରମୁଖ ଛକ ସ୍ଥାନକୁ ବନ୍ଦ ରହିବ। ଏଣିକି ବିନା ମାସ୍କ ବୁଲିଲେ, ଦୋକାନୀ ମାନେ ସାମାଜିକ ଦୂରତା ପ୍ରତି ଗୁରୁତ୍ୱ ନ ଦେଲେ, କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବାଧ୍ୟତାମୂଳକ ଭାବେ ଜରିମାନା ଆଦାୟ କରାଯିବ। ପୂର୍ବ ଘୋଷଣା ଅନୁଯାୟୀ ସକାଳ ୬ଟାଠାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲାରହିବ। ଏହା ପରେ କୌଣସି ଦୋକାନ ଖୋଲା ରହିଲେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିଭିନ୍ନ ଛକରେ ଯାନବାହନ ଯାଞ୍ଚ କଡାକଡି ହେବ। ସବୁ ଛକ ସ୍ଥାନରେ ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କୁ ମୁତୟନ କରାଯିବ। ଅତ୍ୟାବଶ୍ୟକ ନ ଥିଲେ, ଘରେ ରହିବାକୁ ଅନୁରୋଧ କରାଯାଉଛି। ତେବେ କହି ଏହାକୁ ମାନିବାକୁ ରାଜି ହେଉ ନଥିବା ବେଳେ ଏଣିକି ଆଉ ଅନୁରୋଧ ନୁହେଁ ଜରିମନା ଏବଂ କାର୍ଯ୍ୟାନୁଷ୍ଠାନ ନିଆଯିବ। ଘରେ ରୁହନ୍ତୁ ସୁରକ୍ଷିତ ରୁହନ୍ତୁ ବୋଲି ଜିଲାପାଳ ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri