୩୧ଯାଏ ଖୋର୍ଦ୍ଧା ସହରର ପ୍ରମୁଖ ରାସ୍ତା, ଛକ ସିଲ

ଖୋର୍ଦ୍ଧା ଅଫିସ,୬ା୭ : ରାଜ୍ୟରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଉଦ୍‌ବେଗଜନକ ରହିଛି। ଅନ୍ୟପଟେ କେତେଜଣ ଅମାନିଆ ବିନା ମାସ୍କରେ ବୁଲୁଥିବା ବେଳେ ସାମାଜିକ ଦୂରତା ଏବଂ କୋଭିଡ-୧୯ ଗାଇଡଲାଇନକୁ ଖୋଲା ଉଲ୍ଲଂଘନ କରୁଛନ୍ତି। ଫଳରେ ଗୋଷ୍ଠୀ ସଂକ୍ରମଣ ବ୍ୟାପିବା ଆଶଙ୍କା ସୃଷ୍ଟି ହୋଇଛି। ଏନେଇ ଜିଲା ପ୍ରଶାସନ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି।
ସୋମବାର ପୁଣି ଥରେ ଖୋର୍ଦ୍ଧା ସହରର ପ୍ରମୁଖ ଜନହଗହଳି ସ୍ଥାନକୁ ବ୍ୟାରିକେଟ ବୁଲାଇ ସିଲ୍‌ କରାଯାଇଛି। ଜନସ୍ବାର୍ଥ ଏବଂ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ କୋଭିଡ ଗାଇଡଲାଇନକୁ କଡାକଡି କରାଯାଇଛି ବୋଲି ଜିଲାପାଳ ଶିତାଂଶୁ କୁମାର ରାଉତ କହିଛନ୍ତି। ଗତ ମାର୍ଚ୍ଚ, ଏପ୍ରିଲ ଏବଂ ମଇ ମାସ ଶେଷ ପର୍ଯ୍ୟନ୍ତ ଜନସାଧାରଣ କୋଭିଡ ଗାଇଡଲାଇନକୁ ପାଳନ କରୁଥିବା ବେଳେ ଜୁନ୍‌ ପହିଲା ଅନଲକ୍‌ ତଥା ନିୟମ କୋହଳ ହେବା ପରେ ଲୋକେ ଏହାକୁ ଖୋଲା ଉଲ୍ଲଂଘନ କରୁଛନ୍ତି। କେହି ନିୟମ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଏଣୁ ଅମାନିଆଙ୍କୁ ସାବଡ କରିବା ତଥା ଲୋକଙ୍କ ହିତ ଦୃଷ୍ଟିରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ପ୍ରମୁଖ ଛକ ସ୍ଥାନକୁ ବନ୍ଦ ରହିବ। ଏଣିକି ବିନା ମାସ୍କ ବୁଲିଲେ, ଦୋକାନୀ ମାନେ ସାମାଜିକ ଦୂରତା ପ୍ରତି ଗୁରୁତ୍ୱ ନ ଦେଲେ, କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବାଧ୍ୟତାମୂଳକ ଭାବେ ଜରିମାନା ଆଦାୟ କରାଯିବ। ପୂର୍ବ ଘୋଷଣା ଅନୁଯାୟୀ ସକାଳ ୬ଟାଠାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲାରହିବ। ଏହା ପରେ କୌଣସି ଦୋକାନ ଖୋଲା ରହିଲେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିଭିନ୍ନ ଛକରେ ଯାନବାହନ ଯାଞ୍ଚ କଡାକଡି ହେବ। ସବୁ ଛକ ସ୍ଥାନରେ ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କୁ ମୁତୟନ କରାଯିବ। ଅତ୍ୟାବଶ୍ୟକ ନ ଥିଲେ, ଘରେ ରହିବାକୁ ଅନୁରୋଧ କରାଯାଉଛି। ତେବେ କହି ଏହାକୁ ମାନିବାକୁ ରାଜି ହେଉ ନଥିବା ବେଳେ ଏଣିକି ଆଉ ଅନୁରୋଧ ନୁହେଁ ଜରିମନା ଏବଂ କାର୍ଯ୍ୟାନୁଷ୍ଠାନ ନିଆଯିବ। ଘରେ ରୁହନ୍ତୁ ସୁରକ୍ଷିତ ରୁହନ୍ତୁ ବୋଲି ଜିଲାପାଳ ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri