ନନ୍ଦନକାନନରେ ଜଳହସ୍ତୀ ଶାବକ ଜନ୍ମ: କୁମାରଖୁଣ୍ଟିରେ ଶଙ୍କର ଅସୁସ୍ଥ

ବାରଙ୍ଗ,୭।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ୬୨ ନଂ. ଏନକ୍ଲୋଜରରେ ରହୁଥିବା ଜଳହସ୍ତୀର ସୋମବାର ଏକ ଶାବକ ଜନ୍ମ ଦେଇଛି। ଶାବକ ଜନ୍ମ ଦେବା ପରେ ମା ଓ ଛୁଆ ସୁସ୍ଥ ଥିବା ଜଣାପଡିଛି। ଏବେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଇ ୧୫ରେ ପହଞ୍ଚତ୍ଛି। ସେଥିମଧ୍ୟରେ ୧୦ଟି ମାଈ, ୪ ଅଣ୍ଡିରା ସହ ନବଜାତକ ଛୁଆର ଲିଙ୍ଗ ନିରୁପଣ ହୋଇପାରି ନାହିଁ। ସେହିପରି ଚନ୍ଦକା ଅଭୟାରଣ୍ୟର କୁମାରଖୁଣ୍ଟିରେ ରହୁଥିବା ଦନ୍ତାହାତୀ ଶଙ୍କର ଏବେ ଅସୁସ୍ଥ। ସୂଚନାଯୋଗ୍ୟ, ମାଉନ୍ତକୁ ମାରି ଚର୍ଚ୍ଚାରେ ରହିଥିବା ଶଙ୍କର ୨୦୦୧ ଡିସେମ୍ବର ୨୭ତାରିଖରେ କପିଳାସରୁ ନନ୍ଦନକାନନକୁ ଆସିଥିଲା। କିନ୍ତୁ ୨୦୦୭ରେ ସାତକୋଶିଆକୁ ପଠାଯାଇଥିଲା। ସେଠାରେ ମଧ୍ୟ ମାଉନ୍ତ ନ ଥିବାବେଳେ ତା’ର ସହଯୋଗୀକୁ ଆକ୍ରମଣ କରିଥିଲା। ଫଳରେ କର୍ତ୍ତୃପକ୍ଷ ଚନ୍ଦକା କୁମାରଖୁଣ୍ଟିକୁ ଆଣି ଦେଇଥିଲେ। ସେଠାରେ ସେ ଏକାକୀ ବନ୍ଦୀ ଜୀବନ ବିତାଉଥିବାବେଳେ ଗତ କିଛିଦିନ ତଳେ ଅସୁସ୍ଥ ହୋଇପଡିଥିଲା। ଚାରିଦିନ ତଳେ ଶଙ୍କର ତଳେ ପଡିରହିଥିଲେ ମଧ୍ୟ ଉଠି ନ ଥିଲା ା ଯାହା କର୍ତ୍ତୃପକ୍ଷଙ୍କ ପାଇଁ ଚିନ୍ତାର କାରଣ ସାଜିଥିଲା। ଖବରପାଇ ଓୟୁଏଟି ବିଶେଷଜ୍ଞ ଦଳ ସହ ନନ୍ଦନକାନନର ଡାକ୍ତରୀ ଟିମ ପହଞ୍ଚତ୍ ଶଙ୍କରର ଚିକିତ୍ସା କରି ଫେରିଛନ୍ତି। ଶଙ୍କରର ନିମ୍ନ ରକ୍ତଚାପରେ ପୀଡ଼ିତ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri