କଂଗ୍ରେସର ମୋବାଇଲ ଫୋନ ଦୁର୍ନୀତି ଅଭିଯୋଗ

ଭୁବନେଶ୍ୱର,୭।୭(ବ୍ୟୁରୋ): କରୋନା ସମୟରେ ଓଡ଼ିଶା ଔଷଧ ନିଗମରେ ବ୍ୟାପକ ଦୁର୍ନୀତି ଓ କେଳେଙ୍କାରୀ କଂଗ୍ରେସ ଲୋକଲୋଚନକୁ ଆଣି ଲୋକାୟୁକ୍ତଙ୍କ ଦ୍ୱାରସ୍ଥ ହୋଇଥିଲା। ମାସ୍କ, ପିପିଇ, ସାନିଟାଇଜର, ରିଏଲଟାଇମ ପିସିଆର, ରାପିଡ୍‌ କୋଭିଡ୍‌ ଟେଷ୍ଟିଂ ମେଶିନ, ନେବୁଲାଜର ଇତ୍ୟାଦି କିଣାରେ ଦୁର୍ନୀତିର ପର୍ଦ୍ଦାଫାଶ କଲାପରେ ସୋମବାର ଦଳ ଆଉ ଏକ ଦୁର୍ନୀତିର ଖୁଲାସା କରିଛି। ମୋବାଇଲ କିଣାରେ ମଧ୍ୟ ଦୁର୍ନୀତି ହୋଇଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି।
କଂଗ୍ରେସ ନେତା ସୁଦର୍ଶନ ଦାସ କହିଛନ୍ତି, ସ୍ବାସ୍ଥ୍ୟକ୍ଷେତ୍ରର ତୃ୍‌ଣମୂଳସ୍ତରରେ କାର୍ଯ୍ୟରତ ଆଶାକର୍ମୀଙ୍କ ପାଇଁ ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ମିଶନ ଦ୍ୱାରା ମୋବାଇଲ ଫୋନ୍‌ କିଣିବାକୁ ଓଡ଼ିଶା ରାଜ୍ୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶାଳୟକୁ ଅର୍ଥ ଯୋଗାଇ ଦିଆଯାଇଛି। ଏହି ଅର୍ଥ ଦ୍ୱାରା ୧୦୯୨୫ଟି ସ୍ମାର୍ଟ ଫୋନ୍‌ କିଣାଯାଇ ଆଶାକର୍ମୀଙ୍କୁ ହସ୍ତାନ୍ତର କରିବାର ଯୋଜନା ରହିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ଉକ୍ତ ବିଭାଗ ବଜାରରେ ଉପଲବ୍ଧ ଥିବା ମୂଲ୍ୟଠାରୁ ଯଥେଷ୍ଟ ଅଧିକ ମୂଲ୍ୟରେ, ଓଡ଼ିଶା ବଜାରରୁ କ୍ରୟ ନ କରି ହରିୟାଣାର ଗୁରୁଗ୍ରାମ, ଏକ ନିର୍ଦ୍ଦିଷ୍ଟ ଡିଲରଠାରୁ କିଣାଯିବାର ଚକ୍ରାନ୍ତ ହେଉଛି। ୨୦୧୭ରୁ ଏହି ଡିଲର ଦ୍ୱାରା ରାଜ୍ୟ ସରକାର ବାରମ୍ବାର ଇଲେକ୍‌ଟ୍ରୋନିକ୍‌ ସାମଗ୍ରୀ କ୍ରୟ କରି ଆସୁଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକଙ୍କ ଦ୍ୱାରା ସରକାରଙ୍କ ଇ-ମାର୍କେଟ୍‌ ପ୍ଲସ୍‌ ପୋର୍ଟାଲରେ, ସ୍ମାର୍ଟ ଫୋନ୍‌ କିଣାଯିବା ପାଇଁ ଟେଣ୍ଡର ଆବେଦନ ହୋଇଥିଲା। ବିଭାଗର ବୈଷୟିକ ଅଧିକାରୀମାନେ ସେହି ନିର୍ଦ୍ଦିଷ୍ଟ ଡିଲରକୁ କାର୍ଯ୍ୟାଦେଶ ପ୍ରଦାନ କରିବା ପାଇଁ ଇଚ୍ଛୁକ ଭଳି ପରିଦର୍ଶିତ ହେଉଛି। ସାମ୍‌ସଙ୍ଗର ରାଜ୍ୟ ସାରା କମ୍ପାନୀର ନେଟ୍‌ଓ୍ବର୍କ ଓ ବିକ୍ରୟକେନ୍ଦ୍ର ଅଛି, ଆବଶ୍ୟକ ମଡେଲଟି ମଧ୍ୟ ଓଡ଼ିଶା ବଜାରରେ ଉପଲବ୍ଧ ଅଛି। ଏହାସତ୍ତ୍ୱେ ଏହି ସାମଗ୍ରୀକୁ ହରିୟାଣାର ଏକ ନିର୍ଦ୍ଦିଷ୍ଟ ଡିଲର ଦ୍ୱାରା ସପ୍ଲାଇ କରାଯିବା ସନ୍ଦେହ ଘେରରେ ରହିଛି ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri