‘ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆସିବା ଆବଶ୍ୟକ’

ଭୁବନେଶ୍ୱର,୩।୧୧: ପୂର୍ବତଟ ରେଳପଥ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବୁଧବାର ସ୍ଥାନୀୟ ରେଳ ସଦନଠାରେ ଏକ କର୍ମଶାଳା ‘ବିକଶିତ ରାଷ୍ଟ୍ର ପାଇଁ ଦୁର୍ନୀତିମୁକ୍ତ ଭାରତ’ ଶୀର୍ଷକ ବିଷୟବିସ୍ତୁ ଉପରେ କର୍ମଶାଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଆମର ଦୈନନ୍ଦିନ ଜୀବନରେ ଅଖଣ୍ଡତା ଏବଂ ସଚ୍ଚୋଟତା ଗୁରୁତ୍ୱପୂର୍ଣ୍ଣ। ସେହିଭଳି ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବ ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଥିଲେ, କାର୍ଯ୍ୟ ପରିବେଶରେ ଅଖଣ୍ଡତା ସହ ଆତ୍ମନିର୍ଭରଶୀଳ ହେବା ଏବଂ ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

ସେହିଭଳି ବିଭିନ୍ନ ବିଭାଗର ପ୍ରମୁଖ ବିଭାଗୀୟ ଅଧିକାରୀ ମାନଙ୍କ ସହ ରେଳପଥର ବରିଷ୍ଠ ଉପମହାପ୍ରବନ୍ଧକ ତଥା ମୁଖ୍ୟ ସତର୍କତା ଅଧିକାରୀ ସଞ୍ଜୟ କୁମାର ମହାପାତ୍ର ମଧ୍ୟ ଉକ୍ତ ବିଷୟରେ ସେମାନଙ୍କର ବକ୍ତୃତା ରଖି କହିଥିଲେ , ଜଣେ କିପରି ଇଚ୍ଛାଠାରୁ ଊର୍ଦ୍ଧ୍ୱକୁ ଯାଇ ଆତ୍ମନିର୍ଭରଶୀଳ ହୋଇପାରିବ ସେଥିପ୍ରତି ଗୁରୁତ୍ୱାରୋପ କରିବା ଆବଶ୍ୟକ। ଏହାଦ୍ୱାରା ଏକ ବିକଶିତ ରାଷ୍ଟ୍ର ପାଇଁ ଏକ ଦୁର୍ନୀତି ମୁକ୍ତ ଭାରତ ଅପରିହାର୍ଯ୍ୟ ହୋଇପାରିବ। ପୂର୍ବରୁ ପୂର୍ବତଟ ରେଳପଥ ପକ୍ଷରୁ ଏହାର ସମସ୍ତ ଭାଗୀଦାରି, ହିତାଧିକାରୀ ଏବଂ ଯୋଗାଣକାରୀଙ୍କ ସହିତ ଏକ କଥୋପକଥନ ଅଧିବେଶନ ଆୟୋଜନ ହୋଇଯାଇଛି। ଏହାଦ୍ୱାରା ଗ୍ରାହକମାନଙ୍କ ସହିତ ଉତ୍ତମ ସମ୍ପର୍କ ଆଣିବା ସହ ଉଭୟ ରେଳବାଇ ଏବଂ ଶିଳ୍ପର ପ୍ରଗତିରେ ତଥା ଅଭିବୃଦ୍ଧିରେ ସାହାଯ୍ୟ କରିବା ସହିତ ସେମାନଙ୍କର ମତାମତ, ଅଭିଯୋଗର ସମାଧାନ ଇତ୍ୟାଦି ସମ୍ବନ୍ଧରେ ଆଲୋକପାତ କରାଯାଇଥିଲା।

ବିଭିନ୍ନ ଶିଳ୍ପ ସଂସ୍ଥା ପ୍ରତିନିଧିମାନଙ୍କ ସହିତ ହିତାଧିକାରୀ ଏବଂ ରେଳ ଉପଭୋକ୍ତା ଯଥା ଇସ୍ପାତ କାରଖାନା, ବନ୍ଦର, ଯୋଗାଣକାରୀ, ବ୍ୟାଙ୍କ ଏବଂ କଣ୍ଟ୍ରାକ୍ଟରଙ୍କ ପ୍ରତିନିଧିମାନେ ଏହି ଇଣ୍ଟରାକ୍ଟିଭ୍‌ ଅଧିବେଶନରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ଏବଂ ସେମାନଙ୍କର ମୂଲ୍ୟବାନ୍‌ ମତ ଏବଂ ପରାମର୍ଶ ଉପସ୍ଥାପନ କରିଥିଲେ। ପୂର୍ବତଟ ରେଳପଥ ମୁଖ୍ୟ ସତର୍କତା ଅଧିକାରୀ ତଥା ବରିଷ୍ଠ ଉପ ମହାପ୍ରବନ୍ଧକ ସଞ୍ଜୟ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ ସଭା ପରିଚାଳନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?