‘ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆସିବା ଆବଶ୍ୟକ’

ଭୁବନେଶ୍ୱର,୩।୧୧: ପୂର୍ବତଟ ରେଳପଥ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବୁଧବାର ସ୍ଥାନୀୟ ରେଳ ସଦନଠାରେ ଏକ କର୍ମଶାଳା ‘ବିକଶିତ ରାଷ୍ଟ୍ର ପାଇଁ ଦୁର୍ନୀତିମୁକ୍ତ ଭାରତ’ ଶୀର୍ଷକ ବିଷୟବିସ୍ତୁ ଉପରେ କର୍ମଶାଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଆମର ଦୈନନ୍ଦିନ ଜୀବନରେ ଅଖଣ୍ଡତା ଏବଂ ସଚ୍ଚୋଟତା ଗୁରୁତ୍ୱପୂର୍ଣ୍ଣ। ସେହିଭଳି ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବ ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଥିଲେ, କାର୍ଯ୍ୟ ପରିବେଶରେ ଅଖଣ୍ଡତା ସହ ଆତ୍ମନିର୍ଭରଶୀଳ ହେବା ଏବଂ ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

ସେହିଭଳି ବିଭିନ୍ନ ବିଭାଗର ପ୍ରମୁଖ ବିଭାଗୀୟ ଅଧିକାରୀ ମାନଙ୍କ ସହ ରେଳପଥର ବରିଷ୍ଠ ଉପମହାପ୍ରବନ୍ଧକ ତଥା ମୁଖ୍ୟ ସତର୍କତା ଅଧିକାରୀ ସଞ୍ଜୟ କୁମାର ମହାପାତ୍ର ମଧ୍ୟ ଉକ୍ତ ବିଷୟରେ ସେମାନଙ୍କର ବକ୍ତୃତା ରଖି କହିଥିଲେ , ଜଣେ କିପରି ଇଚ୍ଛାଠାରୁ ଊର୍ଦ୍ଧ୍ୱକୁ ଯାଇ ଆତ୍ମନିର୍ଭରଶୀଳ ହୋଇପାରିବ ସେଥିପ୍ରତି ଗୁରୁତ୍ୱାରୋପ କରିବା ଆବଶ୍ୟକ। ଏହାଦ୍ୱାରା ଏକ ବିକଶିତ ରାଷ୍ଟ୍ର ପାଇଁ ଏକ ଦୁର୍ନୀତି ମୁକ୍ତ ଭାରତ ଅପରିହାର୍ଯ୍ୟ ହୋଇପାରିବ। ପୂର୍ବରୁ ପୂର୍ବତଟ ରେଳପଥ ପକ୍ଷରୁ ଏହାର ସମସ୍ତ ଭାଗୀଦାରି, ହିତାଧିକାରୀ ଏବଂ ଯୋଗାଣକାରୀଙ୍କ ସହିତ ଏକ କଥୋପକଥନ ଅଧିବେଶନ ଆୟୋଜନ ହୋଇଯାଇଛି। ଏହାଦ୍ୱାରା ଗ୍ରାହକମାନଙ୍କ ସହିତ ଉତ୍ତମ ସମ୍ପର୍କ ଆଣିବା ସହ ଉଭୟ ରେଳବାଇ ଏବଂ ଶିଳ୍ପର ପ୍ରଗତିରେ ତଥା ଅଭିବୃଦ୍ଧିରେ ସାହାଯ୍ୟ କରିବା ସହିତ ସେମାନଙ୍କର ମତାମତ, ଅଭିଯୋଗର ସମାଧାନ ଇତ୍ୟାଦି ସମ୍ବନ୍ଧରେ ଆଲୋକପାତ କରାଯାଇଥିଲା।

ବିଭିନ୍ନ ଶିଳ୍ପ ସଂସ୍ଥା ପ୍ରତିନିଧିମାନଙ୍କ ସହିତ ହିତାଧିକାରୀ ଏବଂ ରେଳ ଉପଭୋକ୍ତା ଯଥା ଇସ୍ପାତ କାରଖାନା, ବନ୍ଦର, ଯୋଗାଣକାରୀ, ବ୍ୟାଙ୍କ ଏବଂ କଣ୍ଟ୍ରାକ୍ଟରଙ୍କ ପ୍ରତିନିଧିମାନେ ଏହି ଇଣ୍ଟରାକ୍ଟିଭ୍‌ ଅଧିବେଶନରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ଏବଂ ସେମାନଙ୍କର ମୂଲ୍ୟବାନ୍‌ ମତ ଏବଂ ପରାମର୍ଶ ଉପସ୍ଥାପନ କରିଥିଲେ। ପୂର୍ବତଟ ରେଳପଥ ମୁଖ୍ୟ ସତର୍କତା ଅଧିକାରୀ ତଥା ବରିଷ୍ଠ ଉପ ମହାପ୍ରବନ୍ଧକ ସଞ୍ଜୟ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ ସଭା ପରିଚାଳନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri