ସ୍ବଚ୍ଛ ସର୍ବେକ୍ଷଣ: ଚିକିଟି ଏନ୍‌ଏସି ରାଜ୍ୟରେ ପ୍ରଥମ

ଛତ୍ରପୁର,୮।୧୦(ଡି.ଏନ.ଏ): କେନ୍ଦ୍ର ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସ୍ବଚ୍ଛତା ସର୍ବେକ୍ଷଣ ମାଧ୍ୟମରେ ସହରାଞ୍ଚଳଗୁଡିକର ପରିମଳ ବ୍ୟବସ୍ଥା ଓ ଏହାର ବିଭିନ୍ନ କାର୍ଯ୍ୟକ୍ରମକୁ ସର୍ବେକ୍ଷଣ କରି ପୁରସ୍କୃତ କରାଯାଇଥାଏ। ଏହି କ୍ରମରେ ୨୦୨୨ପାଇଁ ତଥ୍ୟ ସଂଗ୍ରହ କରଯାଇଥିଲା। ଅକ୍ଟୋବର ୧ରେ ଫଳାଫଳ ଘୋଷଣା ହୋଇଛି। ପୁରସ୍କାର ବିତରଣୀରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଥିଲେ। ସ୍ବଚ୍ଛ ସର୍ଭେକ୍ଷଣ ଉପରେ ପୂର୍ବାଞ୍ଚଳ ଜୋନର ୧୫,୦୦୦ ଜନସଂଖ୍ୟା ବିଶିଷ୍ଟ ଅଞ୍ଚଳର ଦ୍ରୁତ ପରିମଳ ପରିଚାଳନାରେ ଓଡିଶାରେ ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଥମ ସ୍ଥାନ ଅଧିକାର କରିଛି। କେନ୍ଦ୍ରଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ରାଷ୍ଟ୍ରମନ୍ତ୍ରୀ କୌଶଳ କିଶୋର ଓ ସମ୍ମାନିତ ଅତିଥି ଭାବେ ବିଭାଗୀୟ ସଚିବ ମନୋଜ ଯୋଶୀ ପ୍ରଦାନ କରିଥିଲେ। ପୁରସ୍କାରକୁ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲା ପରିଷଦ ଭି. କୀର୍ତ୍ତିଭାସନ, ପ୍ରକଳ୍ପ ନିର୍ଦେଶକ ଜିଲା ନଗର ଉନ୍ନୟନ ଅଧିକାରୀ ସଚ୍ଚିଦାନନ୍ଦ ନାୟକ, ଏନଏସି ଅଧ୍ୟକ୍ଷା ଦୀପା କୁମାରୀ ସାହୁ, କାର୍ଯ୍ୟ ନିର୍ବାହୀ ଅଧିକାରୀ ଚିକିଟି ଏନ୍‌ଏସି ସମ୍ବିତ ସଂଗ୍ରାମଜିତ ସାହୁ, ଜିଲା ନଗର ଉନ୍ନୟନ ସଂସ୍ଥା ସାନିଟେସନ ବିଶେଷଜ୍ଞ ଦୀପକ କୋଠିଆ ଓ କନିଷ୍ଠ ସାନିଟେସନ ବିଶେଷଜ୍ଞ ବାଳକୃଷ୍ଣ ନାୟକ ଗ୍ରହଣ କରିଥିଲେ। ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ ସାରା ଭାରତରେ ଥିବା ୪୩୫୪ ସହର ମଧ୍ୟରୁ ଜାତୀୟ ସ୍ତରରେ ୪୧ ନମ୍ବର ରେ ରହିଥିବା ବେଳେ ଓଡିଶା ର ୧ ନମ୍ବର ସ୍ଥାନରେ ରହିଛି। ଉକ୍ତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ଉତ୍ତମ ସିଟିଜେନ ଫିଡବେକ ପାଇଁ ପୁରସ୍କୃତ କରଯାଇଥିଲା। ଭାରତରେ ଥିବା ୪୩୫୪ ସହର ମଧ୍ୟରୁ ଜାତୀୟ ସ୍ତରରେ ୧୧୧ ନମ୍ବର ଓ ଓଡିଶାରରେ ଚତୁର୍ଥ ସ୍ଥାନ ଅଧିକାର କରିଥିବାରୁ ପୁରସ୍କୃତ କରାଯାଇଥିଲା। ଉକ୍ତ ପୁରସ୍କାରକୁ ଗଞ୍ଜାମ ଜିଲାପାଳ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲା ପରିଷଦ, ପ୍ରକଳ୍ପ ନିର୍ଦେଶକ ଜିଲା ନଗର ଉନ୍ନୟନ ଅଧିକାରୀ , ଏନଏସି ଅଧ୍ୟକ୍ଷ୍ୟ ଫିରୋଜ ସେଠୀ, କାର୍ଯ୍ୟ ନିର୍ବାହୀ ଅଧିକାରୀ ବେଲଗୁଣ୍ଠା ଏନ୍‌ଏସି, ରାକେଶ ପାତ୍ର ଓ କନିଷ୍ଠ ସାନିଟେସନ ବିଶେଷଜ୍ଞ ଜି. ପ୍ରବିନ କୁମାର ଗ୍ରହଣ କରିଥିଲେ। ଆଗାମୀ ଦିନରେ ଆହୁରି ଅଧିକ ବିଜ୍ଞାପିତ ଅଞ୍ଚଳ ପରିଷଦ ଏହି ଅଭିଯାନ ରେ କିଭଳି ଅଂଶୀଦାର ହୋଇପାରିବେ ସେହି ନିମନ୍ତେ ପ୍ରୟାସ ଜାରି ରହିଛି ବୋଲି ଗଞ୍ଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri