Posted inଫୁରସତ

ଟ୍ରାନ୍ସପରେଣ୍ଟ ଟଏଲେଟ୍‌

ବାହାରକୁ ଯାଇଥିବା ସମୟରେ ପବ୍ଲିକ ଟଏଲେଟ୍‌ ବ୍ୟବହାର କରିବାକୁ ହୁଏ। ତେବେ ଅନେକ ସମୟରେ ଦେଖିବାକୁ ମିଳେ ତାହା ଏତେ ଅପରିଷ୍କାର ହୋଇଥାଏ ଯେ, ଭିତରକୁ ପଶିଥିବା ବ୍ୟକ୍ତି ବାନ୍ତି ଉଠେଇ ବାହାରକୁ ପଳେଇ ଆସନ୍ତି। ତେବେ ଜାପାନର ରାଜଧାନୀ ଟୋକିଓର କିଛି ପାର୍କରେ ଏମିତି କିଛି ଟଏଲେଟ୍‌ ସ୍ଥାପନ କରାଯାଇଛି, ଯାହାକୁ ବାହାରୁ ଦେଖି ଜାଣିପାରିବେ ତାହା ସଫା ଅଛି ନା ନାହିଁ । କାରଣ ଏସବୁ ଶୌଚାଳୟ ସମ୍ପୂର୍ଣ୍ଣ ଟ୍ରାନ୍ସପରେଣ୍ଟ। ଭିତରର ସବୁକିଛି ବାହାରକୁ ଦେଖାଯାଏ। ଏହାକୁ ଶିଗେରୁ ବେନ୍‌ ନାମକ ଆର୍କିଟେକ୍ଟ ତିଆରି କରିଛନ୍ତି। ସେ ଟଏଲେଟ୍‌ର କାନ୍ଥଗୁଡିକ ଏଭଳି କାଚରେ ତିଆରି କରିଛନ୍ତି, ଯାହା ମଧ୍ୟ ଦେଇ ଲୋକେ ବାହାରପଟୁ ଭିତରକୁ ଦେଖିପାରିବେ। ହେଲେ ଟଏଲେଟ୍‌ ବ୍ୟବହାର କରୁଥିବା ସମୟରେ କିନ୍ତୁ ତାହା ଟ୍ରାନ୍ସପରେଣ୍ଟ ହୋଇ ରହେ ନାହିଁ। ଆଉ ଭିତରେ ଥିବା ଲୋକ ବାହାରକୁ ଦେଖାଯାଆନ୍ତି ନାହିଁ। ତେଣୁ ଏହାକୁ ବ୍ୟବହାର କରିବାରେ କେହି ସଙ୍କୋଚ ମନେକରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri