ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍ରେ PUCC ଫାଇନ କମାଇବା ପାଇଁ ଯୋଜନା ଚାଲିଛି । ରାଜ୍ୟରେ ବାୟୁ ପ୍ରଦୂଷଣ ନେଇ କଡ଼ାକଡ଼ି PUCC ନିୟମ ହୋଇଥିଲା। ଯାହାର ଗାଡ଼ି ଅଛି PUCC କରିବାକୁ ମନ୍ତ୍ରୀ କହିଛନ୍ତିି।
ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ । ଗାଡ଼ିରେ ଚାଲାଣ ଥିଲେ ବି ମିଳିବ ପ୍ରଦୂଷଣ ସାର୍ଟିଫିକେଟ। ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । BAHAN ପୋର୍ଟାଲରେ କୌଣସି ଚାଳକ ଯେପରି ଅସୁବିଧାରେ ସମ୍ମୁଖୀନ ନ ହୁଅନ୍ତି ତାହା ଉପରେ ପଦକ୍ଷେପ ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସ୍ବତନ୍ତ୍ର ବିଜ୍ଞପ୍ତି ଜାରି କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । . ସେହିପରି ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ ପେଟ୍ରୋଲ ପମ୍ପରେ ମିଳିପାରିବ ପେଟ୍ରୋଲ। ଏନେଇ କୋର୍ଟଙ୍କୁ ଅବଗତ କରିଛନ୍ତି ରାଜ୍ୟ ସରକାର । ତେବେ ରାଜ୍ୟ ପରିବହନ କମିଶନରଙ୍କ ପକ୍ଷରୁ ୨୦୨୫ ଡିସେମ୍ବର ୨୦ ତାରିଖରେ ଜାରି ହୋଇଥିବା ନିର୍ଦ୍ଦେଶନାମାରେ ଉଲ୍ଲେଖ ଥିଲା ଯେ , ଗାଡି ମାଲିକଙ୍କ PUCC ନ ଥିଲେ ତାଙ୍କୁ ପେଟ୍ରୋଲ କି ଡିଜେଲ ମନା । ଏନେଇ ବିଭିନ୍ନ ତୈଳ ବିକ୍ରୟକାରୀ କମ୍ପାନୀକୁ ଲେଖାଯାଇଥିବା ଚିଠିକୁ ବିରୋଧ କରି ହାଇକୋର୍ଟରେ ଏହି ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା । ମୋଟର ଯାନ ଆଇନ, ୧୯୮୮ ଓ କେନ୍ଦ୍ରୀୟ ମୋଟର ଯାନ ନିୟମାବଳୀ, ୧୯୮୯ ଉଲଂଘନ କରି ଏହି ନିର୍ଦେଶନାମା ଜାରି କରାଯାଇଛି ବୋଲି ଜନସ୍ବାର୍ଥ ମାମଲାରେ ଉଲ୍ଲେଖ କରାଯାଇଥିଲା। ଗାଡିର PUCC ପ୍ରମାଣପତ୍ର ନ ଥିବା ଯାନ ମାଲିକଙ୍କୁ ପେଟ୍ରୋଲ କିମ୍ବା ଡିଜେଲ ବିକ୍ରୟ ନ କରିବା ନିୟମ ସମ୍ପୂର୍ଣ୍ଣ ରୂପେ ଓଡ଼ିଶାର ପ୍ରତ୍ୟେକ ଗାଡି ମାଲିକଙ୍କର ମୌଳିକ ଅଧିକାରକୁ ଉଲ୍ଲଂଘନ କରୁଥିବା କୋର୍ଟକୁ ଦର୍ଶାଇଥିଲେ ଆବଦେନକାରୀଙ୍କ ଓକିଲ। ଏଥିସହିତ ଗାଡିର ପ୍ରଦୂଷଣ ପରୀକ୍ଷା ପୂର୍ବରୁ କୌଣସି ଚାଲାଣ ନଥିବା ନେଇ ଯେଉଁ ସର୍ତ୍ତ ଧାର୍ଯ୍ୟ କରାଯାଇଥିଲା ତାହା ବେଆଇନ ବୋଲି ଆବେଦନକାରୀ ଦର୍ଶାଇଥିଲେ । ଗୋଟିଏ ସପ୍ତାହ ପାରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି ହାଇକୋର୍ଟ ।