ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ସମାସିଙ୍ଗି ଶାସନ ଗ୍ରାମର ସନାତନ ବେଜଙ୍କ ରୋଜଗାରକ୍ଷମ ବଡ ପୁଅ  ସତ୍ୟନାଥ ବେଜ(୨୨) ମୃତ୍ୟୁବରଣ କରିଥିଲେ। ସତ୍ୟନାଥ ପାତ୍ରପୁର ବ୍ଲକ ଜୟନ୍ତୀପୁର ଗ୍ରାମ ପ୍ରାଣୀଧନ ସ୍ୱାସ୍ଥ୍ୟକେନ୍ଦ୍ରରେ ଅସ୍ଥାୟୀ ଚତୁର୍ଥଶ୍ରେଣୀ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ। କୌଣସି କାମରେ ସେ ତାଙ୍କ ସହକର୍ମୀ ଶିବରାମ ଜେନାଙ୍କ ସହ ବାଇକରେ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ଉଭଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା ।

ଶନିବାର ମୃତଦେହ ବ୍ୟବଚ୍ଛେଦ ପରେ ରାତି ପ୍ରାୟ ୯ ଟାରେ ମୃତଦେହ ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ  ନିକଟ ବାହୁଦା ନଦୀ ବାରୁଣୀ ଘାଟ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଥିଲା। ରବିବାର ମଧ୍ୟାହ୍ନରେ ରାଜ୍ୟ ବାଣିଜ୍ୟ, ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଉପ ଜିଲାପାଳ ଅବିନାଶ କୁମାର, ବ୍ରହ୍ମପୁର ଏସ.ପି ଡ଼ା. ସର୍ବଣା ବିବେକ ଏମ, ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ବିଡ଼ିଓ ଅନାମିକା ପାଣ୍ଡେ,ପୂର୍ବତନ ଜିଲା ପରିଷଦ ସଦସ୍ୟ ଦିଲ୍ଲୀପ କୁମାର ହୋତା, ସରପଞ୍ଚ ସୀତାରାମ ସେଠୀ, ସମିତି ସଭ୍ୟ ବାସୁଦେବ ସେଠୀ, ସୁଶାନ୍ତ କୁମାର ଷଡଙ୍ଗୀ ପ୍ରମୁଖ ପଞ୍ଚାୟତର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶୋକସନ୍ତପ୍ତ ପରିବାରଙ୍କୁ ଭେଟି ସମବେଦନା ଜ୍ଞାପନ କରିଥିଲେ । ଗରିବ ଅସହାୟ ପରିବାରଙ୍କୁ ଆବାସ ଯୋଜନାରେ ସାମିଲ କରିବା ସହ ପରିବାରର ଜଣଙ୍କୁ ସରକାରୀ ଚାକିରିରେ ନିଯୁକ୍ତ ପାଇଁ ମନ୍ତ୍ରୀଙ୍କୁ ଗ୍ରାମବାସୀ ଅନୁରୋଧ କରିଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri