ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ସମାସିଙ୍ଗି ଶାସନ ଗ୍ରାମର ସନାତନ ବେଜଙ୍କ ରୋଜଗାରକ୍ଷମ ବଡ ପୁଅ  ସତ୍ୟନାଥ ବେଜ(୨୨) ମୃତ୍ୟୁବରଣ କରିଥିଲେ। ସତ୍ୟନାଥ ପାତ୍ରପୁର ବ୍ଲକ ଜୟନ୍ତୀପୁର ଗ୍ରାମ ପ୍ରାଣୀଧନ ସ୍ୱାସ୍ଥ୍ୟକେନ୍ଦ୍ରରେ ଅସ୍ଥାୟୀ ଚତୁର୍ଥଶ୍ରେଣୀ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ। କୌଣସି କାମରେ ସେ ତାଙ୍କ ସହକର୍ମୀ ଶିବରାମ ଜେନାଙ୍କ ସହ ବାଇକରେ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ଉଭଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା ।

ଶନିବାର ମୃତଦେହ ବ୍ୟବଚ୍ଛେଦ ପରେ ରାତି ପ୍ରାୟ ୯ ଟାରେ ମୃତଦେହ ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ  ନିକଟ ବାହୁଦା ନଦୀ ବାରୁଣୀ ଘାଟ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଥିଲା। ରବିବାର ମଧ୍ୟାହ୍ନରେ ରାଜ୍ୟ ବାଣିଜ୍ୟ, ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଉପ ଜିଲାପାଳ ଅବିନାଶ କୁମାର, ବ୍ରହ୍ମପୁର ଏସ.ପି ଡ଼ା. ସର୍ବଣା ବିବେକ ଏମ, ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ବିଡ଼ିଓ ଅନାମିକା ପାଣ୍ଡେ,ପୂର୍ବତନ ଜିଲା ପରିଷଦ ସଦସ୍ୟ ଦିଲ୍ଲୀପ କୁମାର ହୋତା, ସରପଞ୍ଚ ସୀତାରାମ ସେଠୀ, ସମିତି ସଭ୍ୟ ବାସୁଦେବ ସେଠୀ, ସୁଶାନ୍ତ କୁମାର ଷଡଙ୍ଗୀ ପ୍ରମୁଖ ପଞ୍ଚାୟତର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶୋକସନ୍ତପ୍ତ ପରିବାରଙ୍କୁ ଭେଟି ସମବେଦନା ଜ୍ଞାପନ କରିଥିଲେ । ଗରିବ ଅସହାୟ ପରିବାରଙ୍କୁ ଆବାସ ଯୋଜନାରେ ସାମିଲ କରିବା ସହ ପରିବାରର ଜଣଙ୍କୁ ସରକାରୀ ଚାକିରିରେ ନିଯୁକ୍ତ ପାଇଁ ମନ୍ତ୍ରୀଙ୍କୁ ଗ୍ରାମବାସୀ ଅନୁରୋଧ କରିଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri