ପରିବହନ ବିଭାଗର ଚଢାଉ : ୬ ସ୍କୁଲ ବସ, ୪ ଅଟୋ ଉପରେ ୫ ଲକ୍ଷରୁ ଉର୍ଦ୍ଧ୍ୱ ଜୋରିମନା

କୋରାପୁଟ,୨୦।୪(ସ୍ବ.ପ୍ର): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ପରେ କୋରାପୁଟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜିଲାରେ କୋରାପୁଟ ଓ ସେମିଳିଗୁଡା ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଚଳାଚଳ କରୁଥିବା ବସ ଓ ଅଟୋ ଉପରେ ବୁଧବାର ଚଢାଉ କରାଯାଇଛି। ଚଢାଉରେ ସେମିଳିଗୁଡା ଅଞ୍ଚଳର ୪ଟି ବିଦ୍ୟାଳୟରୁ ୬ଟି ବସ ଏବଂ କୋରାପୁଟର ଛାତ୍ରୀଛାତ୍ରମାନଙ୍କୁ ନେବା ଆଣିବା କରୁଥିବା ୪ଟି ଅଟୋଠାରୁ ୫ ଲକ୍ଷରୁ ଉର୍ଦ୍ଧ୍ୱ ଜୋରିମନା କରାଯାଇଥିବା କୋରାପୁଟ ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଶନ୍ନ କୁମାର ଦାସ ସୁଚନା ଦେଇଛନ୍ତି। ରାଜ୍ୟ ପରବହନ କମିଶନରଙ୍କ ନିର୍ଦ୍ଦେଶନାମା ପରେ କୋରାପୁଟ ଆରଟିଓଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ଜିଲାର ସେମିଳିଗୁଡା ଅଞ୍ଚଳରେ ଥିବା ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ନେବା ଆଣିବା କରୁଥିବା ବସଗୁଡିକ ଉପରେ ଚଢାଉ କରାଯାଇ ଗାଡିଗୁଡିକର କାଗଜପତ୍ର ଯାଞ୍ଚ କରାଯାଇଥିଲା। କୋରାପୁଟ ପରିବହନ କାର୍ଯ୍ୟାଳୟର ଦେଓମାଳି ପବ୍ଲିକ ସ୍କୁଲର ୨ଟି ବସ, ନେତାଜୀ ଇଂରାଜୀ ମିଡିୟମ ପବ୍ଲିକ ସ୍କୁଲର ୨ଟି ବସ, ଜୀବନ ଜ୍ୟୋତି କନଭେଣ୍ଟ ସ୍କୁଲର ଗୋଟିଏ ଏବଂ ଅନ୍ୟ ଏକ ବିଦ୍ୟାଳୟର ବସ ଏହିପରି ମୋଟ ୬ଟି ବସର ସଠିକ କାଗଜପତ୍ର ନ ଥିବାରୁ ସେମାନଙ୍କ ଠାରୁ ୪ ଲକ୍ଷ ୨୧ ହଜାର ଟଙ୍କା ଜୋରିମନା କରାଯାଇଛି।
କୋରାପୁଟ ପରିବହନ ବିଭାଗର ଟ୍ରାଫିକ ଇନିସପେକ୍ଟର ରାଜା ନାରାୟଣ ସ୍ବାଇଁ , ଏଆରଟିଓ ତପନ କୁମାର ବେଟି ଏହି ଚଢାଉରେ ସାମିଲ ଥିଲେ ା ସେହିପରି କୋରାପୁଟ ସହରରେ ମଧ୍ୟ ବିଭିନ୍ନ ବିଦ୍ୟାଳୟକୁ ନେବା ଆଣିବା କରୁଥିବା ଅଟୋଗୁଡିକ ଉପରେ ଜିଲା ଆରଟିଓ ବିଭାଗ ପକ୍ଷରୁ ଚଢାଉ କରାଯାଇ ସଠିକ କାଗଜ ପତ୍ର ନ ଥିବା ୪ଟି ଅଟୋକୁ ୩୫ ହଜାର ଜୋରିମନା ପକାଇଛନ୍ତି। ଆସନ୍ତା ଦିନରେ ମଧ୍ୟ ଏପରି ଚଢାଉ ଜାରିରହିବ ବୋଲି ଆରଟିଓ ପ୍ରଶନ୍ନ କୁମାର ଦାସ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri