ନିୟନ୍ତ୍ରଣ ବାହାରେ ଓଭର ଲୋଡିଂ ବାଲି ପରିବହନ

ଜେନାପୁର,୩ା୨(ଡି.ଏନ୍‌.ଏ.): ଧର୍ମଶାଳା ତହସିଲ ଅଞ୍ଚଳରେ ବେଆଇନ ଭାବେ ଓଭର ଲୋଡିଂ ବାଲି ପରିବହନ ହେଉଛି। ହେଲେ ଏହାକୁ ପ୍ରଶାସନିକ ଅଧିକାରୀ ନିୟନ୍ତ୍ରଣ କରିପାରୁନାହାନ୍ତି ବୋଲି ଅଭିଯୋଗ ହୋଇଛି। ବିଭିନ୍ନ ବାଲିଘାଟରୁ ନିର୍ଦ୍ଧାରିତ ପରିମାଣଠାରୁ ଅଧିକ ପରିମାଣର ବାଲି ଡମ୍ପର, ହାଇଓ୍ବାରେ ଲୋଡିଂ କରାଯାଇ କବାଟବନ୍ଧ-ଜାରକା ରାସ୍ତା ଓ ଲକ୍‌ ବଜାରଠାରୁ ଜେନାପୁର ମେଡିକାଲ ରାସ୍ତାରେ ଯାତାୟାତ କରୁଛି। ଉକ୍ତ ରାସ୍ତାରେ ଦିନରାତି ଶହ ଶହ ଟ୍ରିପ୍‌ ବାଲି ଖୁଲମଖୁଲା ବିଭିନ୍ନ ସ୍ଥାନକୁ ଚାଲାଣ ହେଉଛି। ଫଳରେ ନଦୀବନ୍ଧ ରାସ୍ତା ଦବିବାରେ ଲାଗିଛି। ଏପରି କି ଭବିଷ୍ୟତରେ ବନ୍ୟା ଆଶଙ୍କା ଦେଖାଯିବ। ଏହାକୁ ନେଇ ସ୍ଥାନୀୟ ଜନସାଧାରଣଙ୍କ ମନରେ ଭୟର ବାତାବରଣ ସୃଷ୍ଟି ହେଉଛି। ରୋଗୀ ଓ ପଥଚାରୀ ମେଡିକାଲ ରାସ୍ତା ଦେଇ ଯାତାୟାତ କରୁଥିବା ସମୟରେ ଓଭର ଲୋଡ୍‌ ବାଲି ବୋଝେଇ ହାଇଓ୍ବାଗୁଡ଼ିକ ସେଇ ରାସ୍ତା ଦେଇ ଯାତାୟାତ କରୁଛି। ଏହାଦ୍ବାରା ରୋଗୀ ଓ ଜନସାଧାରଣ ଦୁର୍ଘଟଣାର ସମ୍ମୁଖୀନ ହେବା ସହିତ ଅନେକ ଅସୁବିଧା ଭୋଗ କରୁଛନ୍ତି। ଏହି ରାସ୍ତାରେ ୧୦ ଟନ ମାଲ ପରିବହନ ନିୟମ ଥିବାବେଳେ ହାଇଓ୍ବାଗୁଡ଼ିକ ୨୦ରୁ ୨୫ଟନ୍‌ ବାଲି ବୋଝେଇ କରି ଯାଉଛନ୍ତି। ଏ ସଂକ୍ରାନ୍ତରେ ଧର୍ମଶାଳା ତହସିଲଦାର ସ୍ବାଗତ ଦାସ କହିଛନ୍ତି, ଓଭର ଲୋଡିଂ ବାଲି ପରିବହନ ଲାଗି ନିୟମ ନାହିଁ। ଏପରି ହେଉଥିବା ନଜରକୁ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?