ପଲିଥିନ ନ ଘୋଡ଼ାଇ ପରିବହନ

ଚମ୍ପୁଆ, ୨୬।୪(ଡି.ଏନ୍‌.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଖଣି ଖାଦାନ ଅଞ୍ଚଳ ଭାବେ ବେଶ ପରିଚିତ। ଉକ୍ତ ଖଣି ଖାଦାନରୁ ଦୈନିକ ହଜାର ହଜାର ଟ୍ରକ ଏବଂ ଟ୍ରେଲର୍‌ରେ ଲୁହା ପଥର ଓ ଗୁଣ୍ଡ(ଫାଇନ୍ସ) ବାହାର ରାଜ୍ୟକୁ ଚାଲାଣ କରାଯାଉଛି। ମାତ୍ର ପରିବହନ ସମୟରେ ଆବଶ୍ୟକ ପଦକ୍ଷେପ ନିଆଯାଉ ନ ଥିବା ଦେଖିବାକୁ ମିଳିଛି। ଟ୍ରେଲର ଓ ଟ୍ରକ୍‌ ଗୁଡିକରେ ପରିବହନ ସମୟରେ ଗୁଣ୍ଡ ଗୁଡିକ ନ ଉଡିବା ପାଇଁ ଗାଡି ଚାଳକମାନେ ମାଲ ଗୁଡିକୁ ଘୋଡାଇ ନେବାର ନିୟମ ରହିଥିବା ବେଳେ ଅଧାରୁ ଅଧିକ ଗାଡ଼ି ଚାଳକମାନେ ଏଥିପ୍ରତି ଦୃଷ୍ଟି ଦେଉ ନାହାନ୍ତି। ପରିବହନ ସମୟରେ ଟ୍ରେଲର୍‌ ବା ଟ୍ରକ୍‌ ପଛରେ ଆସୁଥିବା ଦୁଇ ଚକିଆ ଯାନ ଓ ପଦଯାତ୍ରୀଙ୍କ ଆଖିରେ ଏହି ଗୁଣ୍ଡ ଗୁଡିକ ପଡୁଛି। ଫଳରେ ଦୁର୍ଘଟଣାର ସମ୍ଭାବନା ଦେଖା ଦେଇଛି। ଅନ୍ୟପକ୍ଷରେ ଗାଡ଼ି ଚାଳକମାନେ ଦ୍ରୁତ ଗତିରେ ଗାଡ଼ି ଚଳାଇବାରୁ ଏହି ଗୁଣ୍ଡ ଗୁଡିକ ଅଧିକ ଉଡୁଥିବା ଦେଖିବାକୁ ମିଳିଛି। କେତେକ ଗାଡ଼ି ଚାଳକ ନାମକୁ ମାତ୍ର ନିୟମକୁ ଆଖିଠାର ମାରି ଛିଣ୍ଡା ପଲିଥିନ ଘୋଡାଇ ଗାଡି ଚଳାଉଛନ୍ତି। ଏଥିପ୍ରତି ଅଙ୍କୁଶ ନ ଥିବା ଦେଖାଯାଇଛି। ଏସମ୍ପର୍କରେ ଚମ୍ପୁଆ ଥାନା ଅଧିକାରୀ ଗଗନ ନାଏକ କହିଛନ୍ତି, ପଲିଥିନ ନ ଘୋଡାଇ ମାଲ ପରିବହନ କରୁଥିବା ଯାନ ଗୁଡିକୁ ଯାଞ୍ଚ କରାଯାଇ ଜରିମାନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri