ପଲିଥିନ ନ ଘୋଡ଼ାଇ ପରିବହନ

ଚମ୍ପୁଆ, ୨୬।୪(ଡି.ଏନ୍‌.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଖଣି ଖାଦାନ ଅଞ୍ଚଳ ଭାବେ ବେଶ ପରିଚିତ। ଉକ୍ତ ଖଣି ଖାଦାନରୁ ଦୈନିକ ହଜାର ହଜାର ଟ୍ରକ ଏବଂ ଟ୍ରେଲର୍‌ରେ ଲୁହା ପଥର ଓ ଗୁଣ୍ଡ(ଫାଇନ୍ସ) ବାହାର ରାଜ୍ୟକୁ ଚାଲାଣ କରାଯାଉଛି। ମାତ୍ର ପରିବହନ ସମୟରେ ଆବଶ୍ୟକ ପଦକ୍ଷେପ ନିଆଯାଉ ନ ଥିବା ଦେଖିବାକୁ ମିଳିଛି। ଟ୍ରେଲର ଓ ଟ୍ରକ୍‌ ଗୁଡିକରେ ପରିବହନ ସମୟରେ ଗୁଣ୍ଡ ଗୁଡିକ ନ ଉଡିବା ପାଇଁ ଗାଡି ଚାଳକମାନେ ମାଲ ଗୁଡିକୁ ଘୋଡାଇ ନେବାର ନିୟମ ରହିଥିବା ବେଳେ ଅଧାରୁ ଅଧିକ ଗାଡ଼ି ଚାଳକମାନେ ଏଥିପ୍ରତି ଦୃଷ୍ଟି ଦେଉ ନାହାନ୍ତି। ପରିବହନ ସମୟରେ ଟ୍ରେଲର୍‌ ବା ଟ୍ରକ୍‌ ପଛରେ ଆସୁଥିବା ଦୁଇ ଚକିଆ ଯାନ ଓ ପଦଯାତ୍ରୀଙ୍କ ଆଖିରେ ଏହି ଗୁଣ୍ଡ ଗୁଡିକ ପଡୁଛି। ଫଳରେ ଦୁର୍ଘଟଣାର ସମ୍ଭାବନା ଦେଖା ଦେଇଛି। ଅନ୍ୟପକ୍ଷରେ ଗାଡ଼ି ଚାଳକମାନେ ଦ୍ରୁତ ଗତିରେ ଗାଡ଼ି ଚଳାଇବାରୁ ଏହି ଗୁଣ୍ଡ ଗୁଡିକ ଅଧିକ ଉଡୁଥିବା ଦେଖିବାକୁ ମିଳିଛି। କେତେକ ଗାଡ଼ି ଚାଳକ ନାମକୁ ମାତ୍ର ନିୟମକୁ ଆଖିଠାର ମାରି ଛିଣ୍ଡା ପଲିଥିନ ଘୋଡାଇ ଗାଡି ଚଳାଉଛନ୍ତି। ଏଥିପ୍ରତି ଅଙ୍କୁଶ ନ ଥିବା ଦେଖାଯାଇଛି। ଏସମ୍ପର୍କରେ ଚମ୍ପୁଆ ଥାନା ଅଧିକାରୀ ଗଗନ ନାଏକ କହିଛନ୍ତି, ପଲିଥିନ ନ ଘୋଡାଇ ମାଲ ପରିବହନ କରୁଥିବା ଯାନ ଗୁଡିକୁ ଯାଞ୍ଚ କରାଯାଇ ଜରିମାନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri