ଭୁବନେଶ୍ୱର,୨୭।୨: ଅନ୍ତଃରାଷ୍ଟ୍ରୀୟ ଘରୋଇ କମ୍ପାନୀ ତଥା ଆମ୍ପିଓ ପୋଲାଣ୍ଡ ସହ ଟ୍ରାଞ୍ଜେପ ସ୍ମାର୍ଟ ବିଲ୍ଡିଂ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଭବିଷ୍ୟତରେ ସ୍ମାର୍ଟ ଲିଭିଂକୁ ଅଗ୍ରଣୀ କରିବା ପାଇଁ ଉଭୟ କମ୍ପାନୀ ମିଳିତ ହୋଇଛନ୍ତି। ଏପରିକି ଘରୋଇ ଅଟୋମେସନ୍ ଓ ସ୍ମାର୍ଟ ଲିଭିଂର ମାନ ବୃଦ୍ଧି କରିବା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ଉଭୟ ସଂସ୍ଥା ପକ୍ଷରୁ ବିସ୍ତୃତ ଭାବେ ଆଲୋଚନା କରାଯାଇଛି। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରଠାରେ ଆୟୋଜିତ ଏକ ଆର୍କିଟେକ୍ଚର ମିଟ୍ରେ ଉପରୋକ୍ତ ସହଭାଗିତା (ପାର୍ଟନରଶିପ) ସହ ଏକ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଛି। ଏଥିରେ ଆର୍କିଟେକ୍ଟ, ଡିଜାଇନର ଓ ଶିଳ୍ପ ବିଶେଷଜ୍ଞମାନେ ମଧ୍ୟ ଯୋଗଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଆବାସିକ ସ୍ଥାନଗୁଡିକରେ ଆରାମ ଓ ନିରାପତ୍ତା ପାଇଁ ପ୍ରସ୍ତୁତି ଅତ୍ୟାଧୁନିକ ଉପତ୍ାଦ ପ୍ରଦର୍ଶିତ ହୋଇଥିଲା। ଟ୍ରାଞ୍ଜେପ ସ୍ମାର୍ଟ ବିଲ୍ଡିଂର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଆକାଶ ଝୁନ୍ଝୁନ୍ୱାଲା କହିଥିଲେ, ଆମ୍ପିଓ ପୋଲାଣ୍ଡ ସହ ସହଭାଗିତା ହୋଇଛି। ଏପରିକି ଲୋକମାନଙ୍କର ପରିବର୍ତ୍ତିତ ଜୀବନଶୈଳୀ ପାଇଁ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିପାରିବ ବୋଲି ଲକ୍ଷ୍ୟ ରହିଛି। ଆମ୍ପିଓ ପୋଲାଣ୍ଡର କାର୍ଯ୍ୟନିର୍ବାହୀ ଅଧିକାରୀ ଆଲିନା କ୍ରୁସେଇଚ୍ କୋୱାଲେଭେସ୍କା ଉକ୍ତ ସହଭାଗିତା ଉପରେ ଗୁରୁତ୍ୱାରୋପ କରି ସ୍ମାର୍ଟହୋମ୍ ଟେକ୍ନୋଲୋଜିକୁ ଆପଣେଇବା ପାଇଁ ସମସ୍ତଙ୍କୁ ପ୍ରୋତ୍ସାହିତ କରିଥିଲେ। ଅଧିକ ବିବରଣୀ ପାଇଁ ଆମ୍ପିଓ ପୋଲାଣ୍ଡର ୱେବ୍ସାଇଟ୍ ପରିଦର୍ଶନ କରିବାକୁ ସମସ୍ତଙ୍କୁ ଅନୁରୋଧ କରାଯାଇଛି।
ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା
ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…
ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି
ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…
ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ
ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…
ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ
ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…
କୋଚିଙ୍ଗ ସେଣ୍ଟର୍ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର
ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…
ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…
ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…
ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…
ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…
କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ
କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…
Archives

