ଦନ୍ତା ଗୋଡ଼ରେ ବାର୍‌ହା ଫାଶ

ବେତନଟୀ,୩୦ା୯(ସ୍ବ,ପ୍ର.):ବାର୍‌ହା ଶିକାର ପାଇଁ ବସାଯାଇଥିବା ଫାଶରେ ଛନ୍ଦିହୋଇ ଏକ ଦନ୍ତା ହାତୀ ଆହତ ହୋଇଛି। ଦନ୍ତାର ବାମପଟ ଆଗ ଗୋଡ଼ରେ ଫାଶ(ଲୁହା ତାର) ଚିପିହୋଇ ରହିଯାଇଥିବାରୁ ସେ କ୍ରମଶଃ ଅସୁସ୍ଥ ହୋଇପଡ଼ୁଥିବା ଓ ସ୍ବାଭାବିକ ଭାବେ ଚଳପ୍ରଚଳ କରିପାରୁନାହିଁ। ବନ ବିଭାଗ ଟିମ୍‌ ଏହା ଉପରେ ନଜର ରଖିଛି। ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଡୁମାପଦା ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଏହି ଘଟଣା ଘଟିଛି।
ସୂଚନା ଅନୁଯାୟୀ, ଡୁମାପଦା ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଏକ ଗୋଠଛଡ଼ା ଦନ୍ତା କିଛି ଦିନ ହେଲା ବିଚରଣ କରୁଥିଲା। ତେବେ ତାର ବାମପଟ ଆଗ ଗୋଡ଼ରେ ଏକ ଲୁହାତାର ଚିପିହୋଇ ରହିଯାଇଥିବା ଦେଖିବାକୁ ମିଳିଥିଲା। ଗୁରୁବାର ବାରିପଦା ବନଖଣ୍ଡ କାର୍ଯ୍ୟାଳୟରୁ ସହକାରୀ ବନସଂରକ୍ଷକ ରବିନାରାୟଣ ମହାନ୍ତି, ରେଞ୍ଜର ଘନଶ୍ୟାମ ସିଂ ପ୍ରମୁଖ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହିତ ହାତୀର ଗତିବିଧି ଯାଞ୍ଚ କରିଥିଲେ। ତେବେ ଦନ୍ତା ଜଙ୍ଗଲ ଭିତରକୁ ପଳାଇବାରୁ ଗୁରୁବାର ତା’ର ଗୋଡ଼ରେ ହୋଇଥିବା କ୍ଷତ ବିଷୟରେ ଅଧିକ କିଛି ଜଣା ପଡ଼ି ନ ଥିଲା। ତେବେ ଆବଶ୍ୟକ ପଡ଼ିଲେ ବିଶେଷଜ୍ଞ ଟିମ୍‌ ଏବଂ ପ୍ରାଣୀ ଚିକିତ୍ସକଙ୍କ ସହାୟତା ନିଆଯିବ ବୋଲି ରେଞ୍ଜର ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri