ପ୍ରେମରେ ଫସି ଠକାମିର ଶିକାର ଯବାନ

ଭଦ୍ରକ, ୧୦ା୧୦ (ସନାତନ ରାଉତ):ଜଣେ ଯୁବତୀଙ୍କ ପ୍ରେମ ଜାଲରେ ଫସି ଠକାମିର ଶିକାର ହୋଇଛନ୍ତି ଯବାନ। ସୋସିଆଲ ମିଡିଆରେ ପ୍ରଥମେ ବନ୍ଧୁତା ଓ ପରେ ପ୍ରେମ ସମ୍ପର୍କ ସୃଷ୍ଟି ହେବାରୁ ଯୁବତୀ ଜଣକ ଚାଲ୍‌ କରି ଯବାନଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ସୋମବାର ଭଦ୍ରକ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ ହୋଇଛି। ଠକାମିର ଶିକାର ହୋଇଥିବା ଯବାନ ଜଣକ ହେଲେ ପୁରୀ ଜିଲା କୃଷ୍ଣପ୍ରସାଦ ଥାନା ଅଧୀନ ଉଦୟଗିରି ଅଞ୍ଚଳର ସନ୍ତୋଷ କୁମାର ରଣସିଂହ। ସେ ବିଏସ୍‌ଏଫ୍‌ରେ କାର୍ଯ୍ୟ କରନ୍ତି।
ଅଭିଯୋଗ ଅନୁଯାୟୀ, ୨୦୨୨ରେ ଫେସ୍‌ବୁକ ମାଧ୍ୟମରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଅଣ୍ଡେଇପଲ୍ଲୀ ଅଞ୍ଚଳର ଜଣେ ଯୁବତୀଙ୍କ ସହ ସନ୍ତୋଷଙ୍କର ବନ୍ଧୁତା ସ୍ଥାପନ ହୋଇଥିଲା। ଯୁବତୀଙ୍କ ବାପା ଦୁର୍ଘଟଣାରେ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ଯୁବତୀ ୫ ଲକ୍ଷ ଟଙ୍କା ସନ୍ତୋଷଙ୍କୁ ସାହାଯ୍ୟ ମାଗିଥିଲେ। ତାଙ୍କ କଥାକୁ ବିଶ୍ୱାସ କରି ସେ ଗତ ଏପ୍ରିଲ ୫ରେ ଯୁବତୀଙ୍କ ମା’ଙ୍କ ଆକାଉଣ୍ଟକୁ ପ୍ରଥମେ ୨ ଲକ୍ଷ ଟଙ୍କା ପଠାଇଥିଲେ। ଏହାର କିଛିଦିନ ପରେ ଯୁବତୀ ଜଣକ ପୁଣି ବାପାଙ୍କର ଚିକିତ୍ସା ପାଇଁ ଆଉ କିଛି ଟଙ୍କା ମାଗିଥିଲେ। ଏହିଭଳି ବିଭିନ୍ନ ସମୟରେ ମୋଟ ୪ ଲକ୍ଷ ଟଙ୍କା ସେ ଯୁବତୀଙ୍କୁ ଦେଇଛନ୍ତି। ପରେ ସେ ଛୁଟିରେ ଆସି ତାଙ୍କୁ ଟଙ୍କା ମାଗିବାରୁ ନିଜ ଘରକୁ ଡାକି ଚେକ୍‌ ଦେଇଥିଲେ। ମାତ୍ର ଉକ୍ତ ଚେକ୍‌ ବାଉନ୍ସ ହୋଇଯିବା ପରେ ସନ୍ତୋଷ ଗ୍ରାମାଞ୍ଚଳ ଥାନାର ଦ୍ୱାରସ୍ଥ ହୋଇଛନ୍ତି।
ସେହିପରି ଯୁବତୀ ଜଣକ ନିଜ ଗ୍ରାମର ଯବାନ ସମର କୁମାର ନାୟକଙ୍କଠାରୁ ୧୬ ଲକ୍ଷ ୬୦ହଜାର ଟଙ୍କା ନେଇଥିବା ତାଙ୍କ ଭାଇ ସପନ କୁମାର ନାୟକ ସୋମବାର ଥାନାରେ ଅଭିଯୋଗ କରିଛନ୍ତି। ଅପରପକ୍ଷେ ଯୁବତୀ ସମରଙ୍କ ନଁାରେ ପାଲଟା ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇବା ପରେ ଘଟଣାର ତଦନ୍ତ ଚାଲିଥିବା ଥାନାଧିକାରୀ ଅମିତାଭ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri