ଖଣ୍ଡଗିରିରେ ଯାତ୍ରା ମହାସମର: କମିଲା ସିଟ୍‌ ସଂଖ୍ୟା

ଭୁବନେଶ୍ୱର, ୨୮ା୧(ଅନୁରାଧା ମହାରଣା/ତ୍ରିନାଥ ମହାନ୍ତି):ଖଣ୍ଡଗିରି କୁମ୍ଭମେଳାରେ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟରେ ୪ଟି ଯାତ୍ରା ଅନୁଷ୍ଠାନ ଯାତ୍ରା ମହାସମରକୁ ଓହ୍ଲାଇଥିବାବେଳେ ଦର୍ଶକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଇନ୍ଦିରା ସାଂସ୍କୃତିକ ପରିଷଦ ପକ୍ଷରୁ ଯାତ୍ରା ସିଂହବାହିନୀର ନାଟକ ‘ତୁ ମୋ ବଜରଙ୍ଗୀ’ ବେଶ୍‌ ମନୋରଞ୍ଜନଧର୍ମୀ ହୋଇଥିଲା। ସନାତନ ସେବା ସମିତି ପକ୍ଷରୁ କୋଣାର୍କ ଗଣନାଟ୍ୟର ନାଟକ ‘ତୁ ବୋଧେ ମୋ ଭାଗ୍ୟରେ ନାହୁଁ’ ଦର୍ଶକଙ୍କୁ ଭାବବିହ୍ବଳ କରିଥିଲା। ଯାତ୍ରା ଧଉଳିର ‘ସବୁ ଅଙ୍କ ଭୁଲ୍‌ ହେଇଗଲା’ ଏବଂ ଅପେରା ଅଶୋକ ସମ୍ରାଟର ନାଟକ ‘ଅଧା ରହିଗଲା ଆମ କାହାଣୀ’କୁ ଦର୍ଶକ ଖୁବ୍‌ ପସନ୍ଦ କରିଥିଲେ। ଚଳିତବର୍ଷ ୭ ପେଣ୍ଡାଲରେ ମୋଟ ୧୪ ଅପେରା ପାର୍ଟି ନାଟକ ପରିବେଷଣ କରିବେ। ପ୍ରଥମ ଦିନରେ ୪ ଗଣନାଟ୍ୟ ମଞ୍ଚକୁ ଓହ୍ଲାଇଥିବାବେଳେ ୨୯ରୁ ଆଉ ୨ଟି ଏବଂ ୩୧ରୁ ଗୋଟିଏ, ଫେବୃଆରୀ ୨ରୁ ଅନ୍ୟ ୩ଟି ଗଣନାଟ୍ୟ ଯାତ୍ରା ସମରରେ ସାମିଲ ହେବେ। ଫେବୃଆରୀ ୭ ପର୍ଯ୍ୟନ୍ତ ଦମ୍‌ଦାର ଡାଇଲଗ ସହ ମେଲୋଡି କାର୍ଯ୍ୟକ୍ରମ ଦର୍ଶକଙ୍କୁ ମତୁଆଲା କରିବ।

ଏଥର ଖଣ୍ଡଗିରି ଯାତ୍ରା ପେଣ୍ଡାଲରେ ୧୮ଶହ ସିଟ୍‌ ପକାଇବାକୁ ଡିସିପି ଜଗମେହନ ମୀନା ନିର୍ଦ୍ଦେଶ ଦେଇଛନ୍ତି। ଗୋଟିଏ ଲାଇନ୍‌ରୁ ଆଉ ଏକ ଲାଇନ୍‌ ପର୍ଯ୍ୟନ୍ତ ୩ଫୁଟ୍‌ ଫାଙ୍କା ରହିବ। ପେଣ୍ଡାଲ ଭିତରକୁ ପ୍ରବେଶ ପଥକୁ ଚଉଡ଼ା ରାସ୍ତା ରହିବ। ଏନେଇ ସମସ୍ତ ଯାତ୍ରା କମିଟିଙ୍କୁ ଡିସିପି କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ଯାତ୍ରା କମିଟି ଏହି ନିର୍ଦ୍ଦେଶକୁ ମାନିବ ନାହିଁ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିସିପି କହିଛନ୍ତି। ନିୟମିତ ଭାବେ ଖଣ୍ଡଗିରି ପୋଲିସ ଯାତ୍ରା ପେଣ୍ଡାଲକୁ ଯାଇ ଯାଞ୍ଚ କରିବ। ଅନେକ ସମୟରେ ଯାତ୍ରା ପେଣ୍ଡାଲରେ ଗଣ୍ଡଗୋଳ ହେଲେ ବାହାରିବା କଷ୍ଟକର ହୋଇଯାଏ। ଏପରି କି ଦଳାଚକଟା ଭଳି ସ୍ଥିତି ଉପୁଜେ। ଆହୁରି ମଧ୍ୟ ମହିଳାମାନେ ଚେୟାରରେ ବସିଲେ ଜାଣିଶୁଣି ଅନେକ ଯୁବକ ଘଷିହୋଇ ଯାଇଥାନ୍ତି, ଯେଉଁଥିପାଇଁ ମହିଳାମାନେ ନିଜକୁ ଅସୁରକ୍ଷିତ ମଣିଥାନ୍ତି। ଏଭଳି ନ ହେବା ପାଇଁ ଡିସିପି ଯାତ୍ରା କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟରେ ଯାତ୍ରା କମିଟି କହିଛନ୍ତି, ସିଟ୍‌ କମିଲେ କ୍ଷତି ସହିବାକୁ ପଡ଼ିବ। ତେଣୁ ସିଟ୍‌ କମା ନ ଯାଉ, ଆମେ ଦର୍ଶକଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଉଛୁ ଏବଂ ଭବିଷ୍ୟ ଦେବୁ ବୋଲି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri